ଓଡ଼ିଶାରେ ୧୮ ତାରିଖ ପର୍ଯ୍ୟନ୍ତ ବର୍ଷା: ଏହି ଜିଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର,୧୪ା୮: ଗୁରୁବାରଠାରୁ ଆସନ୍ତା ୧୮ ଅଗଷ୍ଟ ୨୦୨୫ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଏହାର ମୁଖ୍ୟ କାରଣ। ଏହି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତର ଆଶଙ୍କା ରହିଛି।

ଆଇଏମଡି ଅନୁସାରେ, ଶୁକ୍ରବାର ରାୟଗଡ଼ା ଓ ଗଜପତି ଜିଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି, ଯେଉଁଠାରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଅନ୍ୟାନ୍ୟ ଜିଲା ଯଥା କୋରାପୁଟ, ମାଲକାନଗିରି, ନୟାଗଡ଼ ଓ କନ୍ଧମାଳରେ ମଧ୍ୟ ମଧ୍ୟମରୁ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି।

ପାଣିପାଗ ବିଭାଗ ଜନସାଧାରଣଙ୍କୁ ସତର୍କ ରହିବାକୁ ଓ ବଜ୍ରପାତ ସମୟରେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦେଇଛି। ରାଜ୍ୟ ସରକାର ଓ ଜିଲା ପ୍ରଶାସନ ବିପର୍ଯ୍ୟୟ ମୁକାବିଲା ପାଇଁ ପ୍ରସ୍ତୁତ ରହିଛନ୍ତି ଏବଂ ଜନସାଧାରଣଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Share
Tags: odisharain