ଆସନ୍ତା ୨୪ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୧୨: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଗତିକରି ଆଗାମୀ ୨୪ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାଶର୍‌ବବର୍ତ୍ତୀ ଉତ୍ତର-ତାଲିମନାଡ଼ୁ ପାଶର୍‌ବବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ହେବାର ସମ୍ଭାବନା ରହିଛି I ପ୍ରଭାବରେ ଓଡିଶା ଉପରେ ଏକ ପୂର୍ବାଳୀ ନିମ୍ନଚାପ ରେଖା ସୃଷ୍ଟି ସମ୍ଭାବନା ହେତୁ ଦକ୍ଷିଣ-ପୂର୍ବ ଦିଗରୁ ଜଳୀୟବାଷ୍ପ ପୂର୍ଣ୍ଣ ସାମୁଦ୍ରିକ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବା ସହ ଦକ୍ଷିଣ ଉପକୂଳ ସମେତ ପାଶର୍‌ବବର୍ତ୍ତୀ ଉତ୍ତର ଉପକୂଳ ଓଡ଼ିଶାରେ ମେଘୁଆ ଆକାଶ ସହ ବର୍ଷାର ସମ୍ଭାବନା ରହିଛି। ୨୪ ତାରିଖରେ ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରପଡ଼ା ସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, ନୟାଗଡ଼, କୋରାପୁଟ, ମାଲକାନଗିରି, କନ୍ଧମାଳ ଆଦି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଅନ୍ୟପଟେ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ରହିଛି। ସୋମବାର ଓ ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି ଓ ଅନୁଗୁଳ ଜିଲାରେ ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି କନ୍ଧମାଳ, ରାୟଗଡ଼ା, କୋରାପୁଟ, ବଲାଙ୍ଗୀର, ବରଗଡ଼ ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri