Posted inରାଜ୍ୟ

୩୯ ଡିଗ୍ରୀ ଟପିଲା ପାରଦ, ଘୂର୍ଣ୍ଣିବଳୟ ପ୍ରଭାବରେ ୮ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାପମାତ୍ରା ବୃଦ୍ଧି ପାଇବା ସହିତ ସକାଳେ କୁହୁଡ଼ି ଓ ଦିନରେ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ପାରଦ ୩୯ ଡିଗ୍ରୀ ଟପିଥିଲା। ଝାରସୁଗୁଡାଠାରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୯.୬ ଡିଗ୍ରୀ ରେକର୍ଡ ହୋଇଥିଲା। ଏହାତଳକୁ ଟିଟିଲାଗଡ଼ରେ ୩୭.୫ ଡିଗ୍ରୀ, ପାରଳାଖେମୁଣ୍ଡି ୩୭.୨ ଡିଗ୍ରୀ, ଗୋପାଳପୁର ୩୭.୧ ଡିଗ୍ରୀ, ଢେଙ୍କାନାଳ ୩୭ ଡିଗ୍ରୀ, ଅନୁଗୋଳ ୩୬.୯ ଡିଗ୍ରୀ, ହୀରାକୁଦ ୩୬.୮ ଡିଗ୍ରୀ, ବଲାଙ୍ଗୀର ୩୬.୭ ଡିଗ୍ରୀ, ସମ୍ବଲପୁର ୩୬.୬ ଡିଗ୍ରୀ, ଭବାନୀପାଟଣା ୩୬.୫ ଡିଗ୍ରୀ, ଭୁବନେଶ୍ୱର ୩୬.୪ ଡିଗ୍ରୀ, ତାଳଚେର ୩୬.୪ ଡିଗ୍ରୀ, ବରଗଡ଼ ୩୬.୨ ଡିଗ୍ରୀ, ନୂଆପଡା ୩୬ ଡିଗ୍ରୀ, ସୁନ୍ଦରଗଡ ୩୬ ଡିଗ୍ରୀ, ନବରଙ୍ଗପୁର ୩୬ ଡିଗ୍ରୀ ଏବଂ ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ରହିଥିଲା।
ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ୮ ତାରିଖ ରବିବାର ବେଳକୁ ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁରରେ ଘଡ଼ଘଡ଼ି ସହ ବର୍ଷା ହେବ। ଏଥିସହ ୩୦ରୁ ୪୦ କି.ମି. ପର୍ଯ୍ୟନ୍ତ ଝଟ୍‌କା ପବନ ବହିବା ନେଇ ପୂର୍ବାନୁମାନ କରାଯାଉଥିବାରୁ ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସମ୍ପୃକ୍ତ ଜିଲାଗୁଡିକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିପରି ୯ ତାରିଖରେ ମଧ୍ୟ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଏପଟେ ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ ଏବଂ ଖୋର୍ଦ୍ଧା ଜିଲାରେ ଶୁକ୍ରବାର ହାଲୁକାରୁ ମଧ୍ୟମ ଧରଣର କୁହୁଡି ନେଇ ସତର୍କ ସୂଚନା ଜାରି କରାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…

ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି,…

ତାଜ୍‌ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…

ନୂଆଦିଲ୍‌ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?