ଆଜିଠୁ ବର୍ଷା ବଢ଼ିବା ସମ୍ଭାବନା

ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏଥିସହ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ରବିବାର ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୯.୬ ରେକର୍ଡ଼ କରାଯାଇଥିଲା। ଏହାପଛକୁ ୩୯ ଡିଗ୍ରୀ ସହ ଜଗତ୍‌ସିଂହପୁର ଦ୍ୱିତୀୟ ଉତ୍ତପ୍ତ ସହର ପାଲଟିଥିଲା। ୧୦ ସହରରେ ପାରଦ ୩୭ ଡିଗ୍ରୀ ଉପରେ ରହିଥିଲାବେଳେ ଦେବଗଡ଼ରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୩୧ ଡିଗ୍ରୀ ରହିଥିଲା। ଅନ୍ୟପକ୍ଷରେ ବାଲେଶ୍ୱରରେ ୨୨ମିମି, ଅନୁଗୋଳ ୦.୬ମିମି, ବାରିପଦା ୬.୨ମିମି, ଦାରିଙ୍ଗିବାଡି ୨.୦ ମିମି ଓ ଦେବଗଡ଼ରେ ୨୯.୪ ମିମି ବର୍ଷା ହୋଇଛି। ତେବେ ସୋମବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସମ୍ଭାବନା ଥିବାରୁ ୧୬ ଜିଲାକୁ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ରାୟଗଡା, ଝାରସୁଗୁଡା, ସମ୍ବଲପୁର, ବଲାଙ୍ଗୀର, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି ଆଦି ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ବଲାଙ୍ଗୀର, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର ଆଦି ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ପବନ ହେବାର ଆକଳନ କରାଯାଇଛି। ସେହିପରି ଦେବଗଡ, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି, କଟକ, ବାଲେଶ୍ୱର, ଭଦ୍ରକ, ଯାଜପୁର ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨ ତାରିଖରେ ଗଜପତି , ମାଲକାନଗିରି , କୋରାପୁଟ, ରାୟଗଡା, କଳାହାଣ୍ଡି , କନ୍ଧମାଳ , ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ ଓ ସମ୍ବଲପୁର ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତା ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri