ଆଜିଠୁ ବର୍ଷା ବଢ଼ିବା ସମ୍ଭାବନା

ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏଥିସହ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ରବିବାର ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୯.୬ ରେକର୍ଡ଼ କରାଯାଇଥିଲା। ଏହାପଛକୁ ୩୯ ଡିଗ୍ରୀ ସହ ଜଗତ୍‌ସିଂହପୁର ଦ୍ୱିତୀୟ ଉତ୍ତପ୍ତ ସହର ପାଲଟିଥିଲା। ୧୦ ସହରରେ ପାରଦ ୩୭ ଡିଗ୍ରୀ ଉପରେ ରହିଥିଲାବେଳେ ଦେବଗଡ଼ରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୩୧ ଡିଗ୍ରୀ ରହିଥିଲା। ଅନ୍ୟପକ୍ଷରେ ବାଲେଶ୍ୱରରେ ୨୨ମିମି, ଅନୁଗୋଳ ୦.୬ମିମି, ବାରିପଦା ୬.୨ମିମି, ଦାରିଙ୍ଗିବାଡି ୨.୦ ମିମି ଓ ଦେବଗଡ଼ରେ ୨୯.୪ ମିମି ବର୍ଷା ହୋଇଛି। ତେବେ ସୋମବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସମ୍ଭାବନା ଥିବାରୁ ୧୬ ଜିଲାକୁ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ରାୟଗଡା, ଝାରସୁଗୁଡା, ସମ୍ବଲପୁର, ବଲାଙ୍ଗୀର, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି ଆଦି ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ବଲାଙ୍ଗୀର, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର ଆଦି ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ପବନ ହେବାର ଆକଳନ କରାଯାଇଛି। ସେହିପରି ଦେବଗଡ, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି, କଟକ, ବାଲେଶ୍ୱର, ଭଦ୍ରକ, ଯାଜପୁର ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨ ତାରିଖରେ ଗଜପତି , ମାଲକାନଗିରି , କୋରାପୁଟ, ରାୟଗଡା, କଳାହାଣ୍ଡି , କନ୍ଧମାଳ , ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ ଓ ସମ୍ବଲପୁର ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତା ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri