ଲଘୁଚାପ: ଉପକୂଳରେ କୋହଲା ପାଗ, ବର୍ଷା

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଗୁରୁବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାଛଡା ଉତ୍ତର-ଆଭ୍ୟନ୍ତରୀଣ ତାମିଲନାଡ଼ୁରେ ସୃଷ୍ଟି ହୋଇଥିବା ଟ୍ରପ୍‌ ଲାଇନ୍‌ ଆନ୍ଧ୍ର ଦେଇ ଓଡ଼ିଶା ଉପକୂଳକୁ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, କନ୍ଧମାଳ ଓ ରାୟଗଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଶନିବାର ଲଗାଣ ବର୍ଷା ନେଇ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ସତର୍କ କରାଯାଇଛି। ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲାପାଳମାନଙ୍କୁ କୁହାଯାଇଛି। ଲୋକମାନଙ୍କ ପାଖରେ ଯେମିତି ସତର୍କ ଖବର ପହଞ୍ଚିବ, ସେଥିପାଇଁ ବ୍ୟବସ୍ଥା କରିବାକୁ ଏସ୍‌ଆରସି ପରାମର୍ଶ ଦେଇଛନ୍ତି। କିଛି ଅଘଟଣ ଘଟିଲେ ତୁରନ୍ତ କାର୍ଯ୍ୟାଳୟକୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି।
ଏହାଛଡ଼ା ଶନିବାର ଆଣ୍ଡାମାନ ଆଖପାଖ ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ଘନୀଭୂତ ହୋଇ ଆନ୍ଧ୍ର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷା କରାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ଏବଂ ଘୂର୍ଣ୍ଣିବଳୟ ଯୋଗୁ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପାଗ କୋହଲା ରହିବା ସହ ପ୍ରବଳ ବର୍ଷା ମଧ୍ୟ ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଛତ୍ରପୁରରେ ସର୍ବାଧିକ ୭୮.୩୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ପୁରୀ ୬୨, ଗୋପାଳପୁର ୩୩, ନୟାଗଡ଼ ୩୮, ଦାରିଙ୍ଗବାଡି ୩୮, ଭୁବନେଶ୍ୱରରେ ୨୦, ପାରାଦୀପ ୧୨, ଚାନ୍ଦବାଲି ୭.୮, ରାୟଗଡ଼ା ୫.୨, କୋରାପୁଟ ଜିଲାରେ ୩.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri