ଲଘୁଚାପ: ଉପକୂଳରେ କୋହଲା ପାଗ, ବର୍ଷା

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଗୁରୁବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାଛଡା ଉତ୍ତର-ଆଭ୍ୟନ୍ତରୀଣ ତାମିଲନାଡ଼ୁରେ ସୃଷ୍ଟି ହୋଇଥିବା ଟ୍ରପ୍‌ ଲାଇନ୍‌ ଆନ୍ଧ୍ର ଦେଇ ଓଡ଼ିଶା ଉପକୂଳକୁ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, କନ୍ଧମାଳ ଓ ରାୟଗଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଶନିବାର ଲଗାଣ ବର୍ଷା ନେଇ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ସତର୍କ କରାଯାଇଛି। ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲାପାଳମାନଙ୍କୁ କୁହାଯାଇଛି। ଲୋକମାନଙ୍କ ପାଖରେ ଯେମିତି ସତର୍କ ଖବର ପହଞ୍ଚିବ, ସେଥିପାଇଁ ବ୍ୟବସ୍ଥା କରିବାକୁ ଏସ୍‌ଆରସି ପରାମର୍ଶ ଦେଇଛନ୍ତି। କିଛି ଅଘଟଣ ଘଟିଲେ ତୁରନ୍ତ କାର୍ଯ୍ୟାଳୟକୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି।
ଏହାଛଡ଼ା ଶନିବାର ଆଣ୍ଡାମାନ ଆଖପାଖ ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ଘନୀଭୂତ ହୋଇ ଆନ୍ଧ୍ର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷା କରାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ଏବଂ ଘୂର୍ଣ୍ଣିବଳୟ ଯୋଗୁ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପାଗ କୋହଲା ରହିବା ସହ ପ୍ରବଳ ବର୍ଷା ମଧ୍ୟ ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଛତ୍ରପୁରରେ ସର୍ବାଧିକ ୭୮.୩୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ପୁରୀ ୬୨, ଗୋପାଳପୁର ୩୩, ନୟାଗଡ଼ ୩୮, ଦାରିଙ୍ଗବାଡି ୩୮, ଭୁବନେଶ୍ୱରରେ ୨୦, ପାରାଦୀପ ୧୨, ଚାନ୍ଦବାଲି ୭.୮, ରାୟଗଡ଼ା ୫.୨, କୋରାପୁଟ ଜିଲାରେ ୩.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri