ଉପକୂଳରେ ବର୍ଷା, ଦକ୍ଷିଣ ଶୁଖିଲା

ଭୁବନେଶ୍ୱର,୨୪।୭(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଗୁରୁବାର ରାତିରୁ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୪୮ ଘଣ୍ଟା ମଧ୍ୟରେ ସୋନପୁର ଜିଲାର ବୀରମହାରାଜପୁରରେ ସର୍ବାଧିକ ୨୦୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ପୁରୀ ଜିଲାର ସତ୍ୟବାଦୀରେ ୧୪୫, ଜଗତ୍‌ସିଂହପୁର ଜିଲାର ଆଳିପିଙ୍ଗଳଠାରେ ୧୩୭.୮ ଓ ବାଲିକୁଦାଠାରେ ୧୩୨, କେନ୍ଦ୍ରାପଡ଼ା ଜିଲାର ଗରଦପୁରଠାରେ ୧୩୬, ପୁରୀ ଜିଲାର ପୁରୀରେ ୧୩୦.୩, ସୋନପୁରରେ ୧୩୦ ଏବଂ କେନ୍ଦ୍ରାପଡ଼ା ଜିଲାର ମାର୍ଶାଘାଇଠାରେ ୧୨୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ା ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ କିମ୍ବା ଅତି ପ୍ରବଳ ବର୍ଷା ହୋଇପାରେ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା ଏବଂ ପୁରୀ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।
ନିକଟରେ ଲଘୁଚାପ ହୋଇଥିଲେ ମଧ୍ୟ ଏହା ରାଜ୍ୟର ସବୁ ଅଞ୍ଚଳକୁ ଛୁଇଁପାରି ନାହିଁ। ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଏହାର ପ୍ରଭାବ ସେତେଟା ପଡ଼ିନାହିଁ। ଏବେ ବି ୧୭ ଜିଲାରେ ଗଜାମରୁଡ଼ି ଅବସ୍ଥା ଦେଖାଦେଇଛି। ସେହି ଜିଲାଗୁଡ଼ିକ ହେଲା ଅନୁଗୋଳ, ବଲାଙ୍ଗୀର, ଭଦ୍ରକ, ଦେବଗଡ଼, ଗଜପତି, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼। ଏହି ସବୁ ଜିଲାରେ ଏବେ ବି ୩୦ରୁ ୫୦ ପ୍ରତିଶତ କମ୍‌ ବର୍ଷା ହୋଇଛି। ତେବେ ଆସନ୍ତା ୨୮ ତାରିଖରେ ବାଂଲାଦେଶ ଉପକୂଳ ଓ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୩୦ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?