ବର୍ଷା: ଦୁଇଦିନରେ କଟକ ଅବସ୍ଥା ସଙ୍ଗିନ

କଟକ ଅଫିସ,୩।୧୦:  ଗତ ଦୁଇଦିନ ଧରି ଲଘୁଚାପ ବର୍ଷାରେ କଟକ ସହରର ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଡ୍ରେନଗୁଡିକ ଜାମ୍‌ ହୋଇପଡିଥିବାରୁ ବର୍ଷାଜଳ ଠିକ ଭାବେ ନିଷ୍କାସନ ହୋଇ ନ ପାରି ରାସ୍ତାକୁ ଉଦ୍‌ବୃତ୍ତ ହୋଇଆସିବା ସହ କେତେଜଣଙ୍କ ଘରେ ପଶିଥିଲା। ରାସ୍ତାରେ ଆଣ୍ଡୁଏ ଉଚ୍ଚର ପାଣି ଚାଲିବାରୁ ଲୋକେ ଯାତାୟାତ ଲାଗି ହଇରାଣ ହୋଇଛନ୍ତି। ଖଟବିନ ସାହି, ମହମ୍ମଦିଆ ବଜାର, ରାଣୀହାଟ, ରାଜାବଗିଚା ଲେବର କଲୋନୀ, ଅରୁଣୋଦେୟ ନଗର ଆଦି ସ୍ଥାନରେ ଏକପ୍ରକାର ଜଳବନ୍ଦୀ ଅବସ୍ଥା ଦେଖିବାକୁ ମିଳିଛି। ଶୁକ୍ରବାର ବର୍ଷାରେ ସିଡିଏ ଅଞ୍ଚଳରେ ଜଳବନ୍ଦୀ ଅବସ୍ଥା ସୃଷ୍ଟି ହୋଇଛି। ପୂର୍ବରୁ ଡ୍ରେନ ଜାମ ଥିବା ନେଇ ଅଞ୍ଚଳବାସୀ ସିଏମ୍‌ସିରେ ଅଭିଯୋଗ କରିଥିଲେ। ମାତ୍ର କର୍ତ୍ତୃପକ୍ଷ ଏହା ଜନସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟ କହି ଚୁପ ବସିପଡ଼ିିଥିଲା। ଏବେ ଏଭଳି ସମସ୍ୟା ନେଇ ସ୍ଥାନୀୟ ବାସିନ୍ଦା ଅସନ୍ତୋଷ ପ୍ରକାଶ କରିଛନ୍ତି। ଦୀର୍ଘବର୍ଷ ଧରି ସହରକୁ ଜଳବନ୍ଦୀ ସମସ୍ୟାକୁ ଦୂର କରିବା ପାଇଁ ଜାଇକା କାମ ଚାଲିଛି ଯେ କେବେ ଶେଷ ହେବ ତାହା ବୁଝାପଡୁନାହିଁ। ସେହିପରି ଡ୍ରେନଗୁଡ଼ିିକ ସଫେଇ କରାଯାଇ ନ ଥିବାରୁ ଏବେ ଲୋକେ ପରିଣାମ ଭୋଗୁଛନ୍ତି ବୋଲି ସହରର କେତେଜଣ ବ୍ୟକ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri