୫ରେ ଘୂର୍ଣ୍ଣିବଳୟ, ୧୦ ଯାଏ ବର୍ଷା

ଭୁବନେଶ୍ୱର,୪ା୧୧(ଅନୁରାଧା ମହାରଣା): ଆସନ୍ତା ୫ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ସୋମବାର ରାଜ୍ୟରେ ପାଗ ପ୍ରାୟ ଶୁଖିଲା ରହିବ ଓ ମଙ୍ଗଳବାର ଗଞ୍ଜାମ ଓ ପୁରୀ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୬ ତାରିଖରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣ ବର୍ଷା ହେବ। ୭ ତାରିଖରେ ଗଞ୍ଜାମ, ଗଜପତି, ପୁରୀ ଓ ଖୋର୍ଦ୍ଧା ଆଦି ଜିଲାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବାବେଳେ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସ୍ଥାନେ ସ୍ଥାନେ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।
ଅନ୍ୟପକ୍ଷେ ଚଳିତ ନଭେମ୍ବରରେ ସ୍ବାଭାବିକଠାରୁ ଅଧିକ ତାପମାତ୍ରା ଅନୁଭୂତ ହେବାକୁ ଥିଲେ ମଧ୍ୟ ଆଗାମୀ ୨ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇପାରେ। ରବିବାର ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ଦାରିଙ୍ଗବାଡି ଓ ଫୁଲବାଣୀରେ ୧୬.୫ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିବାବେଳେ ବୌଦ୍ଧରେ ସର୍ବାଧିକ ୩୪.୮ ଡିଗ୍ରୀ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରଙ୍କ ଉପରେ ଶନି-ରାହୁଙ୍କ ଛାୟା! ୨୮ ଅଗଷ୍ଟରୁ ୪ ରାଶିଙ୍କ ପାଇଁ ବଢ଼ିପାରେ ଅସୁବିଧା, ଲାଗିବ ବଡ଼ ଝଟକା…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରଗ୍ରହଣକୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ସମ୍ବେଦନଶୀଳ ଏବଂ ଜ୍ୟୋତିଷ ଦୃଷ୍ଟିରୁ ପ୍ରଭାବଶାଳୀ ଘଟଣା ଭାବରେ ବିବେଚନା କରାଯାଏ । ୨୦୨୬ ମସିହାର ଶେଷ ଚନ୍ଦ୍ରଗ୍ରହଣ…

ନିଶାମୁକ୍ତ ଯୁବସମାଜ

ଆଜିକାଲିର ଯୁବପିଢ଼ି ନିଶାଦ୍ରବ୍ୟକୁ ନିତ୍ୟବ୍ୟବହାର୍ଯ୍ୟ ଦ୍ରବ୍ୟ କରିସାରିଲେଣି। ଗ୍ଲୋବାଲ ୟୁଥ୍‌ ଟୋବାକୋ ସର୍ଭେ (ଜିୱାଇଟିଏସ୍‌) ୨୦୧୯ ଅନୁଯାୟୀ, ସାରା ଦେଶରେ ୧୩ରୁ ୧୫ ବର୍ଷ ବୟସର ୮.୫…

ବସ୍ତାନିରୁ ସ୍କୁଲ ବ୍ୟାଗ: ଭାରରୁ ବିଚାର ପର୍ଯ୍ୟନ୍ତ

ପିଲାବେଳେ କାନ୍ଧରେ ବସ୍ତାନି ପକେଇ ସ୍କୁଲ ଗଲାବେଳର ସ୍ମୃତି ନିଆରା। ଆଜିର ସ୍କୁଲ ବ୍ୟାଗକୁ ଦେଖିଲେ ଲାଗେ, ସେହି ବସ୍ତାନିର ସରଳତା ଓ ସ୍ନେହ ଏବେ ମଧ୍ୟ…

ପ୍ରତିବାଦରେ ବାଧା

ଚଳିତ ସପ୍ତାହରେ ଦିଲ୍ଲୀ ହାଇକୋର୍ଟରେ ଏକ ଅଦ୍ଭୁତ ବିତର୍କ ଦେଖିବାକୁ ମିଳିଥିଲା। ସରକାରଙ୍କୁ ପଚରାଯାଇଥିଲା, ପ୍ରତିବାଦ ପାଇଁ ଯନ୍ତରମନ୍ତର ଅଞ୍ଚଳକୁ ବ୍ୟବହାର କରିବାକୁ କାହିଁକି ବନ୍ଦ କରାଯାଉନାହିଁ।…

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri