୧୪ ଯାଏ ବର୍ଷା

ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ବଙ୍ଗୋପସାଗରରୁ ଜଳୀୟବାଷ୍ପ ଓଡ଼ିଶା ମଧ୍ୟକୁ ଆସୁଥିବାରୁ ଆସନ୍ତା ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ଲାଗି ରହିବ। ବିଶେଷ କରି ଦିନରେ ଅସରାଏ ଲେଖା ବର୍ଷା ହେବ। ଆସନ୍ତା ୧୭ରୁ ୨୦ ତାରିଖ ମଧ୍ୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ନେଇ ପାଣିପାଗ ବିଭାଗ ଆକଳନ କରୁଛି। ସ୍ବାଭାବିକ ଭାବେ ଅକ୍ଟୋବର ଦ୍ୱିତୀୟ ସପ୍ତାହ ଅର୍ଥାତ୍‌ ଅକ୍ଟୋବର ୧୦ ତାରିଖ ସୁଦ୍ଧା ମୌସୁମୀ ପ୍ରତ୍ୟାବର୍ତ୍ତନ କରିଥାଏ। ମାତ୍ର ଚଳିତ ବର୍ଷ ଏହା ସପ୍ତାହେ ବିଳମ୍ବରେ ପ୍ରତ୍ୟାବର୍ତ୍ତନ କରିପାରେ। ମୌସୁମୀ ପ୍ରତ୍ୟାବର୍ତ୍ତନ ପର୍ବ ଆରମ୍ଭ ହୋଇ ନ ଥିବାରୁ ରାଜ୍ୟରେ ଶୀତ ଅନୁଭୂତ ହୋଇ ନାହିଁ। ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨୨ରୁ ୨୫ ଡିଗ୍ରୀ ସେଲ୍‌ସିୟସ ଉପରେ ରହୁଛି। ସମୁଦ୍ର ପଟୁ ରାଜ୍ୟକୁ ପ୍ରଚୁର ଜଳୀୟ ବାଷ୍ପ ପ୍ରବେଶ କରିବା ଯୋଗୁ ବାୟୁ ମଣ୍ଡଳରେ ଆର୍ଦ୍ରତା ବଢ଼ିଯାଉଛି। ଏପରି କି କେତେକ ସ୍ଥାନରେ ଆର୍ଦ୍ରତା ୧୦୦ ପ୍ରତିଶତରୁ ଅଧିକ ରହୁଛି। ଏଥିଯୋଗୁ ରାଜ୍ୟରେ ବାୟୁମଣ୍ଡଳ ଉତ୍ତପ୍ତ ରହିବା ସାଙ୍ଗକୁ ତୁହାକୁ ତୁହା ବର୍ଷା ଲାଗି ରହୁଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୪୮ ଘଣ୍ଟା ମଧ୍ୟରେ ଟିଟିଲାଗଡ଼, ବରମୂଳ, ସିମିଳିଗୁଡ଼ା, କୋରାପୁଟ, ବଲାଙ୍ଗୀର, ଧରାକୋଟ, ଯୁଯୁମୁରା, ପାରଳାଖେମୁଣ୍ଡି, ପଟାଙ୍ଗୀ, ଟିକରପଡ଼ାରେ ୩ ସେଣ୍ଟିମିଟର ଲେଖାଏ ବର୍ଷା ହୋଇଥିବା ବେଳେ ଡାବୁଗାଁ, ବନ୍ଧୁଗାଁ, ସେରଗଡ଼, କାମାକ୍ଷାନଗର, ପାଇକମାଳ, ବୁର୍ଲା, ସମ୍ବଲପୁର, ବରଗଡ଼, ମୋହନା ଆଦି ସ୍ଥାନରେ ୨ ସେଣ୍ଟିମିଟର ଲେଖାଏ ବର୍ଷା ହୋଇଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ

ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

BJP ଟିକେଟ ଅଫର କରିଥିଲେ ଜ୍ଞାନେଶ କୁମାର! ଦାବିକୁ ନେଇ ରାଜନୀତିରେ ହଇଚଇ, ରାହୁଲ କହିଲେ…

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)ର ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏବେ ଏକ ନୂଆ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

ପିଡିଏସ୍‌ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…

ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌) ଅଧୀନରେ ଚାଉଳ ବଣ୍ଟନକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?