ବିଦ୍ୟାଳୟ ପରିସରରେ ପଶିଲା ବର୍ଷାଜଳ

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବା ବେଳେ ଗୁରୁବାର ମଧ୍ୟାହ୍ନରେ କିଛି ସମୟ ପ୍ରବଳ ବର୍ଷା ହୋଇଥିଲା। ଫଳରେ ଉକ୍ତ ବ୍ଲକ ସିମନବାଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମୁଖ୍ୟ ଫାଟକ ଦେଇ ଯାଇଥିବା ପଞ୍ଚାୟତ ରାସ୍ତାକଡ଼ରେ ଥିବା ଡ୍ରେନ୍‌ରୁ ବର୍ଷାଜଳ ନିଷ୍କାସନ ହୋଇପାରି ନ ଥିଲା। ବର୍ଷା ଜଳ ସିଧା ବିଦ୍ୟାଳୟ ପରିସରରେ ପଶି ଆଣ୍ଠୁଏ ଲେଖାଏ ପାଣି ଜମା ହୋଇ ଲହଡା ଭାଙ୍ଗିଥିଲା। ଠିକ୍‌ ସେହି ସମୟରେ ମଧ୍ୟାହ୍ନଭୋଜନ ପାଇଁ ଛୁଟି ହୋଇଥିବା ବେଳେ ଡାଇନିଂ ରୁମ୍‌ ନ ଥିବାରୁ ଛାତ୍ରୀଛାତ୍ରୀମାନଙ୍କୁ ଝିପିଝିପି ବର୍ଷାରେ ଗୋଟିଏ ସ୍ଥାନ ବଦଳରେ ସ୍ଥାନ ଅଭାବରୁ ବୁଲି ବୁଲି ଖୋଲା ପଡିଆ, ଶ୍ରେଣୀ ପିଣ୍ଡାରେ ଖାଇବାକୁ ପଡିଛି। ବର୍ଷାରେ ଛାତ୍ରୀଛାତ୍ରଙ୍କ ଖାଦ୍ୟରେ ଆହୁରି ବର୍ଷାଜଳ ପଡିବା ଦେଖିବାକୁ ମିଳିଛି । ସେହିପରି ଯେଉଁଠି ମଧ୍ୟାନ୍ନଭୋଜନ ରୋଷେଇ କରାଯାଉଛି ସେଠୁ ଅନ୍ୟ ଏକ ପିଣ୍ଡାରେ ଛାତ୍ରୀଛାତ୍ରଙ୍କୁ ଖାଦ୍ୟ ପରଷାଯାଉଥିଲା । ଫଳରେ ରୋଷେୟାମାନେ ମଧ୍ୟ ବର୍ଷାରେ ଖାଦ୍ୟ ପରଷିଛନ୍ତି। ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ପ୍ରାୟ ୨୬୮ ଛାତ୍ରୀଛାତ୍ର ପଢୁଥିବା ବେଳେ ସେମାନଙ୍କ ପାଇଁ ୪ଟି ପକ୍କାଘର ଶ୍ରେଣୀ କୋଠା ରହିଥିବା ବେଳେ ଅନ୍ୟ କଚ୍ଚା ୩ଟି ଶ୍ରେଣୀ ଗୃହ ରହିଛି ଏବଂ ଅନ୍ୟ କିଛି ଶ୍ରେଣୀଗୃହ ଅତି ପୁରାତନ ହୋଇଥିବାରୁ ତାକୁ ବ୍ୟବହାର କରାଯାଉନାହିଁ। କଚ୍ଚା ଶ୍ରେଣୀ ଗୃହରେ ବର୍ଷା ପାଣି ଗଳୁଥିବା ବେଳେ ପିଲାଙ୍କ ବହି ଓଦା ହେଇଯାଉଥିବା ଛାତ୍ରୀଛାତ୍ରମାନେ କହିଛନ୍ତି । ସେମାନଙ୍କ ଖେଳ ପଡିଆ ସମେତ ପକ୍କା ଶ୍ରେଣୀଗୃହ, ଡାଇନିଂ ହଲ୍‌, ଲାଇବ୍ରେରି, କମ୍ପ୍ୟୁଟର ଶିକ୍ଷା ଆଦି ଆବଶ୍ୟକ ରହିଥିବା ଛାତ୍ରୀଛାତ୍ରମାନେ କହିଛନ୍ତି। ଦୀର୍ଘ ଦିନ ହେଲା ଶ୍ରେଣୀ ଗୃହର ମରାମତି ହେଉ ନ ଥିବାରୁ ପାଣି ଗଳୁଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ଏ ସମସ୍ୟା ନେଇ ପ୍ରଶାସନକୁ ଜଣାଯାଇଛି। ଉକ୍ତ ବିଦ୍ୟାଳୟ ଶୀଘ୍ର ରୂପାନ୍ତରଣ କାର୍ଯ୍ୟ କରାଯିବ ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରୟାସ ଚାଲିଥିବା ପ୍ରଧାନ ଶିକ୍ଷକ ବିଦେଶୀ ନାୟକ କହିଛନ୍ତି। ବିଦ୍ୟାଳୟର ପୁରାତନ ଛାତ୍ର ବରୁଣ କୁମାର ବେହେରା କହିଛନ୍ତି , ବିଦ୍ୟାଳୟଟି ୧୩୫ ବର୍ଷ ପୁରୁଣା କିନ୍ତୁ ତେଣୁ ଉକ୍ତ ବିଦ୍ୟାଳୟର ଶୀଘ୍ର ବିକାଶ କରିବା ସହ ଛାତ୍ରୀଛାତ୍ରଙ୍କୁ ମୌଳିକ ସୁବିଧା ଯୋଗାଇଦେବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri