ବସ୍ତିକୁ ମାଡ଼ିଲା ବର୍ଷାପାଣି

ଲୋଇସିଂହା,୩।୮(ସୁଶାନ୍ତ ବାରିକ): ଲଘୁଚାପ ଜନିତ ଲଗାଣ ବର୍ଷା ପରେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା ପଞ୍ଚାୟତ ବିରକେଲ ଗ୍ରାମରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଗ୍ରାମର ମହାଲିଙ୍ଗ ଜଳାଶୟକୁ ଉଦବୃତ୍ତ ବର୍ଷା ଜଳକୁ କେତେକ ଗ୍ରାମବାସୀ ପ୍ରବେଶ କରି ନ ଦେଇ ଅବରୋଧ କରି ରଖିଛନ୍ତି। ଫଳରେ ଉଦବୃତ୍ତ ବର୍ଷା ଜଳ ଜଳାଶୟକୁ ନ ଯାଇ ଗ୍ରାମ୍ୟ ବସ୍ତି ରାସ୍ତାରେ ଛୁଟୁଛି। ଗ୍ରାମର କେତେକ ଜଣଙ୍କ ଘରେ ପଶିଛି। ଏନେଇ ଗ୍ରାମର ରଘୁନାଥ ପଟେଲ ଲୋଇସିଂହା ତହସିଲ ଅଫିସ ଯାଇ ବୁଧବାର ଫେରାଦ ହୋଇଥିଲେ। ଏହାପରେ ରାଜସ୍ବ କର୍ମଚାରୀ ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି। ବ୍ଲକ ପ୍ରଶାସନ ପକ୍ଷରୁ ଚଳିତ ବର୍ଷ ଜୁନ ମାସରେ ଗ୍ରାମର ମହାଲିଙ୍ଗ ଜଳାଶୟ ପୁନରୁଦ୍ଧାର କାମ ହାତକୁ ନିଆଯାଇଥିଲା। ଜଳାଶୟ ମଝିରୁ ମାଟି ଉଦ୍ଧାର ନକରି ହିଡ ତଟରୁ ମାଟି ଉଠାଇ ହିଡରେ ପକାଯାଉଥିଲା। ଏପରିକି ଜୁନ ୧୫ ପରେ କାମକୁ ନେଇ ଗ୍ରାମବାସୀ ବାରଣ କରିଥିଲେ। ଏହାକୁ ନେଇ ଗ୍ରାମର ଦୁଇଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଥିଲେ। ବିବାଦ ଯୋଗୁ କାମ ବନ୍ଦ ରହିଥିଲା। ଏବେ ଗ୍ରାମର ଏକଗୋଷ୍ଠୀ ବର୍ଷା ପାଣି ଜଳାଶୟକୁ ପ୍ରବେଶ କରୁଥିବା ପଥକୁ ଅବରୋଧ କରିଛନ୍ତି। ଫଳରେ ଜଳାଶୟର ଉପରମୁଣ୍ଡର ପାଣି ବସ୍ତିକୁ ପ୍ରବେଶ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri