ରାସ୍ତାରେ ଜମୁଛି ବର୍ଷାପାଣି: ବିଦ୍ୟାର୍ଥୀ ହନ୍ତସନ୍ତ

ଧରାକୋଟ,୧୭ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ସ୍ଥିତ ଅନନ୍ତ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରାସ୍ତାରେ ବର୍ଷାପାଣି ନିଷ୍କାସନ ହୋଇ ନ ପାରି ଜମି ରହିଥିବାରୁ ଛାତ୍ରୀଛାତ୍ରମାନଙ୍କ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଛି। ଧରାକୋଟ ଜାନବିଲି ପୂର୍ତ୍ତ ବିଭାଗ ରାସ୍ତାରୁ ଅନନ୍ତ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପର୍ଯ୍ୟନ୍ତ ୨୦୦ ମିଟର ରାସ୍ତାର ମଧ୍ୟଭାଗରେ ପ୍ରାୟ ୫୦ ଫୁଟ ବର୍ଷାପାଣି ଜମି ରହିଥିବାରୁ ରାସ୍ତାରେ ଦୁର୍ଗନ୍ଧ ସହ ସଂକ୍ରାମକ ରୋଗ ବ୍ୟାପିବା ଆଶଙ୍କା ଦେଖାଦେଇଛି। ବର୍ଷାଜଳ ନିଷ୍କାସନ ପାଇଁ ଡ୍ରେନ୍‌ କିମ୍ବା କୌଣସି ଆନୁଷାଙ୍ଗିକ ବ୍ୟବସ୍ଥା ନ ଥିବାରୁ ଉଭୟ ପଟର ପାଣି ମଧ୍ୟଭାଗରେ ଦୀର୍ଘ ଦିନ ପର୍ଯ୍ୟନ୍ତ ଜମି ରହୁଛି। ଧରାକୋଟ ପଞ୍ଚାୟତ ସମିତି ଅଧୀନରେ ରହିଥିବା ଏହି ରାସ୍ତା ପୂର୍ତ୍ତ ବିଭାଗ ରାସ୍ତାରୁ ମୁଣ୍ଡମରାଇ ପର୍ଯ୍ୟନ୍ତ ପ୍ରାୟ ୧୫ଶହ ମିଟର ଲମ୍ବିଛି। ହେଲେ ଦୀର୍ଘ ଦିନ ଧରି ଏହାର ମରାମତି ହୋଇନାହିଁ। ଲୋକେ ପ୍ରତିଦିନ କପିଳାସ ଅଞ୍ଚଳରେ ରହିଥିବା କ୍ଷେତକୁ ଏବଂ ମୁଣ୍ଡମରାଇ ରାସ୍ତା ଦେଇ ଯାତାୟାତ କରନ୍ତି। ସର୍ବୋପରି ଛାତ୍ରୀଛାତ୍ର ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର କର୍ମଚାରୀଙ୍କ ଏହା ନିତିଦିନିଆ ରାସ୍ତା। ହେଲେ ରାସ୍ତାରେ ପାଣି ଜମି ରହିଥିବାରୁ ଶିଉଳି ପଡ଼ି ଦୁର୍ଘଟଣାମାନ ଘଟୁଛି। ତେଣୁ ବ୍ଲକ ପ୍ରଶାସନ ତରଫରୁ ତୁରନ୍ତ ରାସ୍ତା ମରାମତି ଓ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା କରିବା ପାଇଁ ଜନସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri