ରେଳମନ୍ତ୍ରୀଙ୍କୁ ଭେଟିବା ପରେ ରହିବ ଟ୍ରେନ୍‌

ସମ୍ବଲପୁର,୩୧ା୩ (ବ୍ୟୁରୋ): ସମ୍ବଲପୁର ଜିଲା ବାମରା ରେଳ ଷ୍ଟେଶନରେ ଏକ୍ସପ୍ରେସ୍‌ ଟ୍ରେନ୍‌ ରହଣି ଓ ଓଭରବ୍ରିଜ୍‌ ନିର୍ମାଣ ଦାବି ନେଇ ଜନଆନ୍ଦୋଳନ ଜାରି ରହିଛି। ଅଞ୍ଚଳବାସୀଙ୍କ ଦାବିକୁ ସମର୍ଥନ କରିଛନ୍ତି ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ଗୁରୁବାର ସେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟି ଏ ସମ୍ପର୍କରେ ଆଲୋଚନା କରିବା ସହ ଦାବିପତ୍ର ପ୍ରଦାନ କରିଛନ୍ତି।

ବୁଧବାର ବାମରା ଷ୍ଟେଶନରେ ହୋଇଥିବା ରେଳରୋକୋ ଉପରେ ମଧ୍ୟ ଏମ୍‌ପି ଜଣାଇଥିଲେ। ସମସ୍ତ ବିଷୟ ଶୁଣିବା ପରେ ମନ୍ତ୍ରୀ ବୈଷ୍ଣବ ଅଞ୍ଚଳବାସୀଙ୍କ ଦାବି ଉପରେ ନିଶ୍ଚିତ ଭାବେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହାସହ ମନ୍ତ୍ରୀ ଟ୍ରେନ୍‌ ରହଣି ଓ ଅନ୍ୟ ସମସ୍ୟା ସମାଧାନ କରିବାକୁ ଦକ୍ଷିଣପୂର୍ବ ରେଳପଥ ଚକ୍ରଧରପୁର ଡିଭିଜନକୁ ନିର୍ଦ୍ଦେଶ ଦେଇଛନ୍ତି। ଦାବି ହେଉଥିବା ଟ୍ରେନ୍‌ଗୁଡିକ ବାମରା ଷ୍ଟେଶନରେ ପରୀକ୍ଷାମୂଳକ ଭାବେ ରହଣି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପ୍ରିଲ ୧ ତାରିଖରୁ ୬ ମାସ ପର୍ଯ୍ୟନ୍ତ ପରୀକ୍ଷାମୂଳକ ଭାବେ ଟ୍ରେନ୍‌ଗୁଡିକ ରହଣି କରିବ। ଏହାସହ ଅତିରିକ୍ତ ଟିକେଟ କାଉଣ୍ଟର ଖୋଲିବା, ଏଲ୍‌ଏଚ୍‌ଏସ୍‌ ନିର୍ମାଣ ପ୍ରକ୍ରିୟା ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ କୋଭିଡ୍‌ ସମୟରେ ବାମରା ଦେଇ ଯାତାୟାତ କରୁଥିବା ଟ୍ରେନ୍‌ଗୁଡିକ ବନ୍ଦ କରି ଦିଆଯାଇଥିଲା। ସ୍ଥିତି ସ୍ବାଭାବିକ ହେବା ପରେ ମଧ୍ୟ ବାମରା ଷ୍ଟେଶନ ଦେଇ ପୂର୍ବରୁ ଯାତାୟାତ କରୁଥିବା ଟ୍ରେନ୍‌ ଚଳାଚଳ କରୁନାହିଁ। ଏହାକୁ ନେଇ ପ୍ରାୟ ୨ବର୍ଷ ହେବ ରେଳ କ୍ରିୟାନୁଷ୍ଠାନ କମିଟି ଆହ୍ବାନ କ୍ରମେ ମହିଳା, ପୁରୁଷ, ଯୁବତୀଯୁବକ, ଛାତ୍ରୀଛାତ୍ର ଆନ୍ଦୋଳନ କରିଆସୁଛନ୍ତି। ପ୍ରଥମେ ୨୦୨୦ ଡିସେମ୍ବର ୧୫ରେ ୪ ଘଣ୍ଟା ଓ ୨୦୨୨ ମାର୍ଚ୍ଚ ୩୦ରେ ୧୦ ଘଣ୍ଟା ଧରି ରେଳରୋକୋ ଆନ୍ଦୋଳନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବମ୍ଫର ରୋଜଗାର କଲା ଇରାନ, ତେଲ ବିକ୍ରି କରି ହେଲା ମାଲାମାଲ, ଜାଣିଲେ ଟ୍ରମ୍ପଙ୍କ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୩୦।୩: ଇରାନ ସହିତ ଯୁଦ୍ଧ ଏବେ ଏକ ବିଶ୍ୱ ସଙ୍କଟରେ ପରିଣତ ହୋଇଛି। ତେଲ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାବେଳେ ସ୍ଥଳ ଏବଂ ଆକାଶ ଆକ୍ରମଣ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ବଢ଼ୁଛି ନର୍ଲା ବିଧାୟିକା ସ୍ବାମୀଙ୍କ ଅଡ଼ୁଆ: ଏପଟେ ମନୋରମାଙ୍କୁ ଡାକି ନବୀନ କହିଲେ…

ଭୁବନେଶ୍ୱର, କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ। ନର୍ଲା…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri