୨୪ ଘଣ୍ଟାରେ ଆରମ୍ଭ ହେବ ଲଘୁଚାପ ବର୍ଷା

ଭୁବନେଶ୍ୱର,୫।୯(ବ୍ୟୁରୋ): ଉତ୍ତର-ପୂର୍ବ ଏବଂ ତତ୍‌ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ସାଇକ୍ଲୋନିକ୍‌ ସର୍କୁଲେସନ୍‌ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବିଶେଷ କରି କୋରାପୁଟ, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଓ ପୁରୀ ଆଦି ୬ଟି ଜିଲାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଆକଳନ କରାଯାଇଛି। ସେହିପରି ମାଲକାନଗିରି, ରାୟଗଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ନବରଙ୍ଗପୁରରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ୭ରେ ନୂଆପଡ଼ା, ବଲାଙ୍ଗୀର, ଖୋର୍ଦ୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଦୁଇଦିନ ଏ ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଏପରି କି ୬ ଓ ୭ ତାରିଖରେ ମତ୍ସ୍ୟଜୀବୀଙ୍କୁ ଉତ୍ତର ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ବାରଣ କରାଯାଇଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ଘଣ୍ଟାକୁ ୪୦ରୁ ୫୦ କି.ମି. ପବନ ବହିବାର ସମ୍ଭାବନା ରହିଛି। ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ ସ୍ବତନ୍ତ୍ର ରିଲିଫ କମିସନର(ଏସ୍‌ଆର୍‌ସି) ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri