୨୪ ଘଣ୍ଟାରେ ଆରମ୍ଭ ହେବ ଲଘୁଚାପ ବର୍ଷା

ଭୁବନେଶ୍ୱର,୫।୯(ବ୍ୟୁରୋ): ଉତ୍ତର-ପୂର୍ବ ଏବଂ ତତ୍‌ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ସାଇକ୍ଲୋନିକ୍‌ ସର୍କୁଲେସନ୍‌ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବିଶେଷ କରି କୋରାପୁଟ, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଓ ପୁରୀ ଆଦି ୬ଟି ଜିଲାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଆକଳନ କରାଯାଇଛି। ସେହିପରି ମାଲକାନଗିରି, ରାୟଗଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ନବରଙ୍ଗପୁରରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ୭ରେ ନୂଆପଡ଼ା, ବଲାଙ୍ଗୀର, ଖୋର୍ଦ୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଦୁଇଦିନ ଏ ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଏପରି କି ୬ ଓ ୭ ତାରିଖରେ ମତ୍ସ୍ୟଜୀବୀଙ୍କୁ ଉତ୍ତର ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ବାରଣ କରାଯାଇଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ଘଣ୍ଟାକୁ ୪୦ରୁ ୫୦ କି.ମି. ପବନ ବହିବାର ସମ୍ଭାବନା ରହିଛି। ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ ସ୍ବତନ୍ତ୍ର ରିଲିଫ କମିସନର(ଏସ୍‌ଆର୍‌ସି) ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri