୨୫ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ

ଭୁବନେଶ୍ୱର, ୨୧ା୩(ବ୍ୟୁରୋ):ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ଲାଗି ରହିଛି। ବଜ୍ରପାତ, ଘଡ଼ଘଡ଼ି, କୁଆପଥର ମାଡ଼ ସହ ପବନ ବୋହୁଛି। ତେବେ ସୋମବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ସହ ବର୍ଷା ହୋଇଛି। ଅପରାହ୍ନରେ ଭୁବନେଶ୍ୱରରେ ଭଲ ବର୍ଷା ହେବା ସହ ଜୟଦେବ ବିହାର, ଆଚାର୍ଯ୍ୟ ବିହାର, ସିଆର୍‌ପି ଛକ, ରସୁଲଗଡ଼ ଓ ଘାଟିକିଆରେ କୁଆପଥର ମାଡ଼ ହୋଇଥିବା ଜଣାପଡ଼ିଛି। ସେହିପରି କଟକ, ବଲାଙ୍ଗୀର, ବାଲେଶ୍ୱର, ନୟାଗଡ଼, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ପୁରୀ ଜିଲାର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ରବିବାରରୁ ସୋମବାର ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼ର ମନ୍ଦିରା ଡ୍ୟାମ୍‌ରେ ସର୍ବାଧିକ ୧୨୯ ମିଲି ମିଟର ବର୍ଷା ରେକର୍ଡ କରାଯାଇଥିବାବେଳେ ମୟୂରଭଞ୍ଜର କପ୍ତିପଦାରେ ୫୮ମିମି, ବାଲିମୁଣ୍ଡଳୀରେ ୪୧.୮, ବୌଦ୍ଧରେ ୪୦.୪, ଗଞ୍ଜାମ ସୋରଡାରେ ୪୦.୨ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିପରି ସୋମବାର ସନ୍ଧ୍ୟା ୬ଟା ମଧ୍ୟରେ ପୁରୀରେ ସର୍ବାଧିକ ୧୯.୨ ମିମି ବର୍ଷା ହୋଇଥିବାବେଳେ ଟିଟିଲାଗଡ଼ ୧୫.୪, ବଲାଙ୍ଗୀର ୧୫, ଖୋର୍ଦ୍ଧା ୧୩ ଓ ଭୁବନେଶ୍ୱରରେ ୩.୮ ମିମି ବର୍ଷା ହୋଇଥିବା ସୂଚନା ଦିଆଯାଇଛି। ସେପଟେ ଟ୍ରପ୍‌ଲାଇନ୍‌ ଯୋଗୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଉତ୍ତର-ପୂର୍ବ ରାଜସ୍ଥାନଠାରୁ ଆରମ୍ଭ କରି ନାଗାଲାଣ୍ଡ, ଉତ୍ତର ପ୍ରଦେଶ ଓ ବିହାର ପର୍ଯ୍ୟନ୍ତ ସମୁଦ୍ରପତ୍ତନଠାରୁ ବାୟୁମଣ୍ଡଳରେ ୧.୫ କିମି ଉଚ୍ଚରେ ରହିଛି। ଏହା ପ୍ରଭାବରେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ତେବେ ମଙ୍ଗଳବାର ପଶ୍ଚିମା ଝଡ଼ର ପ୍ରଭାବ କମିଲେ ମଧ୍ୟ ଟ୍ରପ୍‌ଲାଇନ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିବ। ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ୨୦ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ବର୍ଷା ହେଲେ ମଧ୍ୟ ୨୨ ତାରିଖରୁ ଧୀରେ ଧୀରେ ତାପମାତ୍ରା ବୃଦ୍ଧି ହେବ। ସ୍ବାଭାବିକଠାରୁ ୩ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ର ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri