୨୫ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ

ଭୁବନେଶ୍ୱର, ୨୧ା୩(ବ୍ୟୁରୋ):ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ଲାଗି ରହିଛି। ବଜ୍ରପାତ, ଘଡ଼ଘଡ଼ି, କୁଆପଥର ମାଡ଼ ସହ ପବନ ବୋହୁଛି। ତେବେ ସୋମବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ସହ ବର୍ଷା ହୋଇଛି। ଅପରାହ୍ନରେ ଭୁବନେଶ୍ୱରରେ ଭଲ ବର୍ଷା ହେବା ସହ ଜୟଦେବ ବିହାର, ଆଚାର୍ଯ୍ୟ ବିହାର, ସିଆର୍‌ପି ଛକ, ରସୁଲଗଡ଼ ଓ ଘାଟିକିଆରେ କୁଆପଥର ମାଡ଼ ହୋଇଥିବା ଜଣାପଡ଼ିଛି। ସେହିପରି କଟକ, ବଲାଙ୍ଗୀର, ବାଲେଶ୍ୱର, ନୟାଗଡ଼, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ପୁରୀ ଜିଲାର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ରବିବାରରୁ ସୋମବାର ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼ର ମନ୍ଦିରା ଡ୍ୟାମ୍‌ରେ ସର୍ବାଧିକ ୧୨୯ ମିଲି ମିଟର ବର୍ଷା ରେକର୍ଡ କରାଯାଇଥିବାବେଳେ ମୟୂରଭଞ୍ଜର କପ୍ତିପଦାରେ ୫୮ମିମି, ବାଲିମୁଣ୍ଡଳୀରେ ୪୧.୮, ବୌଦ୍ଧରେ ୪୦.୪, ଗଞ୍ଜାମ ସୋରଡାରେ ୪୦.୨ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିପରି ସୋମବାର ସନ୍ଧ୍ୟା ୬ଟା ମଧ୍ୟରେ ପୁରୀରେ ସର୍ବାଧିକ ୧୯.୨ ମିମି ବର୍ଷା ହୋଇଥିବାବେଳେ ଟିଟିଲାଗଡ଼ ୧୫.୪, ବଲାଙ୍ଗୀର ୧୫, ଖୋର୍ଦ୍ଧା ୧୩ ଓ ଭୁବନେଶ୍ୱରରେ ୩.୮ ମିମି ବର୍ଷା ହୋଇଥିବା ସୂଚନା ଦିଆଯାଇଛି। ସେପଟେ ଟ୍ରପ୍‌ଲାଇନ୍‌ ଯୋଗୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଉତ୍ତର-ପୂର୍ବ ରାଜସ୍ଥାନଠାରୁ ଆରମ୍ଭ କରି ନାଗାଲାଣ୍ଡ, ଉତ୍ତର ପ୍ରଦେଶ ଓ ବିହାର ପର୍ଯ୍ୟନ୍ତ ସମୁଦ୍ରପତ୍ତନଠାରୁ ବାୟୁମଣ୍ଡଳରେ ୧.୫ କିମି ଉଚ୍ଚରେ ରହିଛି। ଏହା ପ୍ରଭାବରେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ତେବେ ମଙ୍ଗଳବାର ପଶ୍ଚିମା ଝଡ଼ର ପ୍ରଭାବ କମିଲେ ମଧ୍ୟ ଟ୍ରପ୍‌ଲାଇନ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିବ। ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ୨୦ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ବର୍ଷା ହେଲେ ମଧ୍ୟ ୨୨ ତାରିଖରୁ ଧୀରେ ଧୀରେ ତାପମାତ୍ରା ବୃଦ୍ଧି ହେବ। ସ୍ବାଭାବିକଠାରୁ ୩ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ର ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri