ଆସନ୍ତା ୩୦ ଯାଏ ଜାରି ରହିବ କାଳବୈଶାଖୀ, ଏସବୁ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୬ା୪(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜିଲାରେ ଦୁଇଦିନ ଧରି କାଳବୈଶାଖୀ ବର୍ଷା ହୋଇଥିବା ବେଳେ କିଛି ସ୍ଥାନରେ କୁଆପଥର ବର୍ଷା ବି ହୋଇଛି। ତେବେ ଆସନ୍ତା ୩୦ ତାରିଖ ଯାଏ ରାଜ୍ୟର କିଛି ଜିଲାରେ କାଳବୈଶାଖୀ ବର୍ଷା ଓ କୁଆପଥର ପଡ଼ିବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରୁ ଜଣାପଡ଼ିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ କିଛି ସ୍ଥାନରେ କୁଆପଥର ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।

ଅନୁଗୋଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ନୂଆପଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼,କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଝଡ଼ବର୍ଷା ସମୟରେ ଘରୁ ନ ବାହରିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

ଜୁନ୍‌ ୭ରେ ଓଡ଼ିଶା ସିଭିଲ ସର୍ଭିସ୍‌ ପ୍ରିଲିମ୍‌

କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍‌ ୭…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri