ବିଲରେ ପଡ଼ିଛି ପାଚିଲା ଧାନ, ୨୧ରେ ଛେଚିବ ବର୍ଷା, ଏସବୁ ଜିଲାକୁ ରହିଛି…

ଭୁବନେଶ୍ୱର,୧୮ା୧୨: ଏବେ ଚାଷୀମାନେ ଧାନ କଟାରେ ବ୍ୟସ୍ତ ଥିବାବେଳେ କିଛି ଚାଷୀ ଧାନ କାଟି ବିଲରେ କଚଡ଼ା ପକାଇଛନ୍ତି। ଏପଟେ ବର୍ଷା ସମ୍ଭାବନା ନେଇ ଚାଷୀ ଆଖିରୁ ନିଦ ହଜିଗଲାଣି। ଆସନ୍ତା ୨୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଦକ୍ଷିଣ ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ଆଗାମୀ ୫ ଦିନ ପାଗ ପ୍ରାୟତଃ ଶୁଖିଲା ରହିବ। କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ୧୯ ତାରିଖରେ ପାଗ ମେଘୁଆ ରହିବ ବୋଲି ଏନେଇ ଆକଳନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ।

ପୁରୀ, କେନ୍ଦ୍ରାପଡ଼ା, ଗଜପତି, ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ପାଣିପାଗ ବିଭାଗ ଆକଳନ କରିଛି। ୨୧ ତାରିଖରେ ହାଲୁକାରୁ ଅତ୍ୟନ୍ତ ହାଲୁକା ବର୍ଷା ହେବାର ଅଛି। ପାଗ ମେଘୁଆ ଥିବାରୁ ଗୋଟେ ଦୁଇଟି ସ୍ଥାନରେ କୁହୁଡ଼ି ଦେଖାଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri