Posted inରାଜ୍ୟ

୬ରୁ ପୁଣି ବଢ଼ିବ ବର୍ଷା

ଭୁବନେଶ୍ୱର,୪ା୮ (ଅନୁରାଧା ମହାରଣା) : ବଙ୍ଗୋପସାଗରରେ ଶନିବାର ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଉପରେ ଏହି ଲଘୁଚାପ କେନ୍ଦ୍ରୀଭୂତ ରହିଛି। ତେବେ ସମ୍ପୂର୍ଣ୍ଣ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳରେ ୭.୬ କି.ମି. ଉଚ୍ଚତା ଯାଏ ଲମ୍ବିଛି, ଯାହା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହେବ। ଏବେ ରାଜ୍ୟରେ ବର୍ଷା କମିଥିବାବେଳେ ସୋମବାର ପର୍ଯ୍ୟନ୍ତ ଏହି ସ୍ଥିତି ଲାଗି ରହିବ। ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୬ ତାରିଖରୁ ବର୍ଷା ପରିମାଣ ବଢ଼ିବ। ବିଶେଷକରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାବେଳେ ୬ ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। କେନ୍ଦୁଝର, ସୁନ୍ଦରଗଡ, ଦେବଗଡ଼, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ଼କୁ ଏହି ସତର୍କତା ଜାରି କରାଯାଇଛି। ୭୦ରୁ ୧୧୦ ମି.ମି. ପର୍ଯ୍ୟନ୍ତ ବର୍ଷା ହେବାର ଆକଳନ କରାଯାଉଥିବାବେଳେ ଲଘୁଚାପ ପାଇଁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। ତେବେ ରାଜ୍ୟରେ ବର୍ତ୍ତମାନ ମୌସୁମୀ ରେଖା ସକ୍ରିୟ ରହିଥିଲେ ସୁଦ୍ଧା ଏବେ ବି ୧୧ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଶନିବାର ବିଭିନ୍ନ ଜିଲାରେ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇଥିଲାବେଳେ ପାରଳାଖେମୁଣ୍ଡିରେ ତାପମାତ୍ରା ସର୍ବାଧିକ ୩୩.୫ ଡିଗ୍ରୀ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri