୧୫ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୧୪।୮(ଅନୁରାଧା ମହାରଣା): ରାଜ୍ୟରେ ମୌସୁମୀ ନିମ୍ନଚାପ ରେଖା ସାଧାରଣ ଅବସ୍ଥାନଠାରୁ ଉତ୍ତର ଭାଗରେ ରହୁଛି। ତେଣୁ ରାଜ୍ୟରେ ଏହାର ବିଶେଷ ପ୍ରଭାବ ରହୁନାହିଁ। ପଶ୍ଚିମ ଭାଗ ହିମାଳୟ ପାଦଦେଶରେ ରହୁଥିବାବେଳେ ପୂର୍ବ ଭାଗ ଉତ୍ତର ପ୍ରଦେଶ ଦେଇ ବ୍ୟାପିଛି। ଏପଟେ ଏକ ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ୩.୧ କିମି ଉପରେ ସକ୍ରିୟ ରହିଥିବାରୁ ରାଜ୍ୟରେ ଘଡଘଡ଼ି ସହ ବର୍ଷା ଜାରି ରହିଛି। ତେବେ ଧୀରେ ଧୀରେ ମୌସୁମୀ ସ୍ବାଭାବିକ ସ୍ଥିତିକୁ ଫେରିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଫଳରେ ୧୫ ତାରିଖରୁ ବର୍ଷା ପରିମାଣ ବଢ଼ିବ ଓ ଚାଷ କାର୍ଯ୍ୟ ଆଗେଇବ ବୋଲି ଆଶା କରାଯାଉଛି।
ଏପଟେ ରବିବାର ବଲାଙ୍ଗୀର ଜିଲାରେ ସର୍ବାଧିକ ୩୬.୦ ମିମି ଓ କଟକ ଜିଲାରେ ୩୩.୮ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଏହାପଛକୁ ସୋନପୁରରେ ୨୦.୬ ମିମି, ହୀରାକୁଦରେ ୧୯.୮ ମିମି, ନୟାଗଡ଼ରେ ୧୧.୦ ମିମି, ଭଦ୍ରକରେ ୯.୮ ମିମି ବର୍ଷା ହୋଇଛି। ତେବେ ସୋମବାର ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାକୁ ଥିବାବେଳେ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ନିଂ ରହିଛି। ଉତ୍ତର ଉପକୂଳବର୍ତ୍ତୀ ଓଡ଼ିଶାରେ ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତ୍‌ସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ଢ଼େଙ୍କାନାଳ, ସୁନ୍ଦରଗଡ଼ ଓ ଅନୁଗୋଳ ଆଦି ୧୫ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସଂପୃକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୧୫ ତାରିଖ ମଙ୍ଗଳବାର ସ୍ବାଧୀନତା ଦିବସ କାର୍ଯ୍ୟକ୍ରମକୁ ଲଗାଣ ବର୍ଷା ଫିକା କରିପାରେ ବୋଲି ଆଶଙ୍କା କରାଯାଉଛି। ଉକ୍ତଦିନ ଉତ୍ତର ଓଡ଼ିଶାର ଅଧିକାଂଶ ଅଞ୍ଚଳ ସମେତ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ବିଶେଷକରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ କନ୍ଧମାଳ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବିସ୍ତୃତ ଭାବେ ବୃଦ୍ଧି ପାଇବ। ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, ଭଦ୍ରକ, ବାଲେଶ୍ୱର, କଟକ, ଯାଜପୁର, କେନ୍ଦ୍ରାପଡ଼ା ଓ ବୌଦ୍ଧ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ୧୭ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳବର୍ତ୍ତୀ ଓଡ଼ିଶାରେ ମଧ୍ୟମ ଧରଣ ବର୍ଷା ହେବା ନେଇ ବିଭାଗ ପକ୍ଷରୁ ସୂଚନା ରହିଛି। ତେବେ ୧୮ ତାରିଖ ବେଳକୁ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୩ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ସଂପୃକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri