୧୫ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୧୪।୮(ଅନୁରାଧା ମହାରଣା): ରାଜ୍ୟରେ ମୌସୁମୀ ନିମ୍ନଚାପ ରେଖା ସାଧାରଣ ଅବସ୍ଥାନଠାରୁ ଉତ୍ତର ଭାଗରେ ରହୁଛି। ତେଣୁ ରାଜ୍ୟରେ ଏହାର ବିଶେଷ ପ୍ରଭାବ ରହୁନାହିଁ। ପଶ୍ଚିମ ଭାଗ ହିମାଳୟ ପାଦଦେଶରେ ରହୁଥିବାବେଳେ ପୂର୍ବ ଭାଗ ଉତ୍ତର ପ୍ରଦେଶ ଦେଇ ବ୍ୟାପିଛି। ଏପଟେ ଏକ ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ୩.୧ କିମି ଉପରେ ସକ୍ରିୟ ରହିଥିବାରୁ ରାଜ୍ୟରେ ଘଡଘଡ଼ି ସହ ବର୍ଷା ଜାରି ରହିଛି। ତେବେ ଧୀରେ ଧୀରେ ମୌସୁମୀ ସ୍ବାଭାବିକ ସ୍ଥିତିକୁ ଫେରିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଫଳରେ ୧୫ ତାରିଖରୁ ବର୍ଷା ପରିମାଣ ବଢ଼ିବ ଓ ଚାଷ କାର୍ଯ୍ୟ ଆଗେଇବ ବୋଲି ଆଶା କରାଯାଉଛି।
ଏପଟେ ରବିବାର ବଲାଙ୍ଗୀର ଜିଲାରେ ସର୍ବାଧିକ ୩୬.୦ ମିମି ଓ କଟକ ଜିଲାରେ ୩୩.୮ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଏହାପଛକୁ ସୋନପୁରରେ ୨୦.୬ ମିମି, ହୀରାକୁଦରେ ୧୯.୮ ମିମି, ନୟାଗଡ଼ରେ ୧୧.୦ ମିମି, ଭଦ୍ରକରେ ୯.୮ ମିମି ବର୍ଷା ହୋଇଛି। ତେବେ ସୋମବାର ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାକୁ ଥିବାବେଳେ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ନିଂ ରହିଛି। ଉତ୍ତର ଉପକୂଳବର୍ତ୍ତୀ ଓଡ଼ିଶାରେ ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତ୍‌ସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ଢ଼େଙ୍କାନାଳ, ସୁନ୍ଦରଗଡ଼ ଓ ଅନୁଗୋଳ ଆଦି ୧୫ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସଂପୃକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୧୫ ତାରିଖ ମଙ୍ଗଳବାର ସ୍ବାଧୀନତା ଦିବସ କାର୍ଯ୍ୟକ୍ରମକୁ ଲଗାଣ ବର୍ଷା ଫିକା କରିପାରେ ବୋଲି ଆଶଙ୍କା କରାଯାଉଛି। ଉକ୍ତଦିନ ଉତ୍ତର ଓଡ଼ିଶାର ଅଧିକାଂଶ ଅଞ୍ଚଳ ସମେତ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ବିଶେଷକରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ କନ୍ଧମାଳ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବିସ୍ତୃତ ଭାବେ ବୃଦ୍ଧି ପାଇବ। ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, ଭଦ୍ରକ, ବାଲେଶ୍ୱର, କଟକ, ଯାଜପୁର, କେନ୍ଦ୍ରାପଡ଼ା ଓ ବୌଦ୍ଧ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ୧୭ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳବର୍ତ୍ତୀ ଓଡ଼ିଶାରେ ମଧ୍ୟମ ଧରଣ ବର୍ଷା ହେବା ନେଇ ବିଭାଗ ପକ୍ଷରୁ ସୂଚନା ରହିଛି। ତେବେ ୧୮ ତାରିଖ ବେଳକୁ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୩ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ସଂପୃକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri