୨୪ରୁ ବଢ଼ିବ ବର୍ଷା

ଭୁବନେଶ୍ୱର, ୨୨ା୮(ଅସମାପିକା ସାହୁ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ରାଜ୍ୟରେ ବର୍ଷା ହେଉଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଓ କିଛି ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ। ଏଥିସହ ବଜ୍ରପାତ ହେବ। ତେବେ ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉଏକ ସାଇକ୍ଲୋନିକ ସର୍କୁଲେଶନ ସୃଷ୍ଟି ହେବାର ସମ୍ଭାବନା ରହିଥିବାରୁ ଉକ୍ତଦିନଠାରୁ ବର୍ଷାର ପରିମାଣ ଆହୁରି ବଢ଼ିବ ବୋଲି ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଏବଂ ଶୁକ୍ରବାର ସମ୍ବଲପୁର, ଦେବଗଡ଼, ବରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ୨୪ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଆଦି ୫ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିଭଳି ୨୫ ତାରିଖରେ ସମ୍ବଲପୁର ଓ ଅନୁଗୋଳ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ କରାଯାଇଛି। ଏଥିସହ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ସେପଟେ ୨୨ରୁ ୨୫ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ଘଣ୍ଟାପ୍ରତି ପବନର ବେଗ ୩୫ ରୁ ୪୫ କି.ମି. ରହିବା ସହ ଘଣ୍ଟା ପ୍ରତି ୫୫ କି.ମି. ବେଗରେ ଧୂଳିଝଡ଼ ହେବାର ସମ୍ଭାବନା ରହିଛି। ତେଣୁ ଓଡ଼ିଶା ଉପକୂଳକୁ ମତ୍ସ୍ୟଜୀବୀଙ୍କୁ ଯିବା ପାଇଁ ମନା କରାଯାଇଛି। ଅପରପକ୍ଷେ ବୁଧବାର ନୟାଗଡ଼ରେ ସର୍ବାଧିକ ୩୯ ମିମି ବର୍ଷା ରେକର୍ଡ କରାଯାଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri