Posted inଜାତୀୟ

ବର୍ଷା, ଶୀତ ବଢ଼ାଉଛି ଲା ନିନା

ନୂଆଦିଲ୍ଲୀ, ୨୯।୧୨ : କ୍ରମାଗତ ଦୁଇବର୍ଷ ହେଲା ଭାରତର ପାଣିପାଗକୁ ପ୍ରଭାବିତ କରିବାରେ ଲା ନିନା ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇ ଆସୁଛି। ଫଳରେ ଏଠାରେ ସ୍ବାଭାବିକଠାରୁ ଅଧିକ ବର୍ଷା ଓ ଶୀତ ଅନୁଭୂତ ହେଉଛି। ସେହିପରି ଗ୍ରୀଷ୍ମପ୍ରବାହ ମଧ୍ୟ ପୂର୍ବାପେକ୍ଷା କମିଛି। ଚଳିତବର୍ଷ ବଙ୍ଗୋପସାଗର ଓ ଆରବ ସାଗରରେ ୫ଟି ସାମୁଦ୍ରିକ ବାତ୍ୟା ସୃଷ୍ଟି ହୋଇଥିଲା, ଯେଉଁଥିରୁ ୪ଟି ପ୍ରବଳ ସାମୁଦ୍ରିକ ଝଡ଼ବାତ୍ୟା ଥିଲା। ଉତ୍ତର ଭାରତରେ ଭଲ ମୌସୁମୀ ଓ ଅଧିକ ଶୀତ ହେବାର ଲା ନିନା ସ୍ଥିତି ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଛି।
ପ୍ରଶାନ୍ତ ମହାସାଗର ଜଳରାଶିର ଶୀତଳତା ସହ ଲା ନିନା ସମ୍ପୃକ୍ତ। ଏହାର ପ୍ରଭାବରେ ଭଲ ବର୍ଷା ହେବା ସାଙ୍ଗକୁ ଶୀତଦିନେ ତାପମାତ୍ରା ସ୍ବାଭାବିକଠାରୁ କମ୍‌ ରହିଥାଏ। ଭାରତରେ ଡିସେମ୍ବରରୁ ଫେବୃୟାରୀ ଶୀତ ହୋଇଥାଏ। ୨୦୧୯ ଡିସେମ୍ବରରୁ ଚଳିତବର୍ଷ ଜାନୁୟାରୀ ପର୍ଯ୍ୟନ୍ତ ଉତ୍ତର ଭାରତରେ ପ୍ରବଳ ଶୀତ ହୋଇଥିଲା ବୋଲି ଭାରତର ପାଣିପାଗ ବିଭାଗ (ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ସେହିପରି ଚଳିତବର୍ଷ ମଧ୍ୟ କମ୍‌ ଗ୍ରୀଷ୍ମଲହରି ଅନୁଭୂତ ହୋଇଥିଲା। ସାଧାରଣତଃ ଏପ୍ରିଲରୁ ଜୁନ୍‌ ମଧ୍ୟରେ ଦେଶର ବିଭିନ୍ନ ଅଞ୍ଚଳରେ ଗ୍ରୀଷ୍ମ ଲହରି ପ୍ରବାହିତ ହୋଇଥାଏ। ଭୂମଧ୍ୟସାଗରରେ ଘୂର୍ଣ୍ଣିବଳୟ, କେନ୍ଦ୍ରୀୟ ଏସିଆରେ ଏହାର ପ୍ରବାହ ଏବଂ ଉତ୍ତର-ପଶ୍ଚିମ ଭାରତରେ ଶୀତଦିନେ ବର୍ଷା କରାଇବା ଫଳରେ ଗ୍ରୀଷ୍ମ ପ୍ରବାହ କମ୍‌ ହୋଇଥିଲା ବୋଲି ଆଇଏମ୍‌ଡି ମହାନିର୍ଦ୍ଦେଶକ କହିଛନ୍ତି। ଗତ ୩୦ ବର୍ଷ ମଧ୍ୟରେ ୨୦୨୦ରେ ତୃତୀୟ ଥର ପାଇଁ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି।
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବାହ ଜୁନ୍‌ ୧ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ହେଉଥିଲାବେଳେ ଚଳିତ ବର୍ଷ ଏହି ସମୟରେ ୧୦୯ ପ୍ରତିଶତ ବର୍ଷା ହୋଇଥିଲା। ସାଧାରଣତଃ ଜୁଲାଇ ଓ ଅଗଷ୍ଟରେ ଅଧିକ ବର୍ଷା ହୋଇଥାଏ। ଅଗଷ୍ଟରେ ୫ଟି ଲଘୁଚାପ ଯୋଗୁ କେନ୍ଦ୍ରୀୟ ଭାରତରେ ଅଧିକ ବର୍ଷା ହୋଇଥିଲା। ଅଗଷ୍ଟରେ ଲଘୁଚାପ ସାଧାରଣତଃ ୧୫ ଦିନ ରହୁଥିବାବେଳେ ଏଥର ତାହା ୨୮ ଦିନ ରହିଥିଲା। ପ୍ରବଳ ବର୍ଷା ଯୋଗୁ ଓଡ଼ିଶା, ତେଲଙ୍ଗାନା, ମଧ୍ୟପ୍ରଦେଶ, ଦକ୍ଷିଣ ଗୁଜରାଟ ଓ ଦକ୍ଷିଣ ରାଜସ୍ଥାନରେ ବନ୍ୟା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri