୪ ଦିନ ବିଜୁଳି ଘଡ଼ଘଡ଼ି ସହ ବର୍ଷା: ୨୦ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୫।୯(ବନ୍ଦନା ସେଠୀ): ଓଡ଼ିଶା ଉପରେ ସକ୍ରିୟ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଗୁରୁବାର ଦୁର୍ବଳ ହୋଇ ଲଘୁଚାପର ରୂପ ନେଇଛି। ଏହା ଉତ୍ତର ଛତିଶଗଡ଼ ତଥା ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ଭାବେ ସକ୍ରିୟ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ପୂର୍ବ ମଧ୍ୟପ୍ରଦେଶମୁହାଁ ହେବ। ପାଣିପାଗ ନିୟାମକ ପ୍ରଭାବରେ ଗତ ୨୪ ଘଣ୍ଟାରେ ୧୮ଟି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବାବେଳେ ଆଉ ୪ଦିନ ରାଜ୍ୟକୁ ବିଜୁଳି ଘଡ଼ଘଡି ସହ ବର୍ଷା ହେବା ନେଇ ସତର୍କତା ଜାରି କରାଯାଇଛି। ଶୁକ୍ରବାରଠାରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୨୦ଟି ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି। ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଶନିବାରଠାରୁ ବର୍ଷାର ପରିମାଣ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, ଗତ ୨୪ଘଣ୍ଟାରେ ରାଜ୍ୟରେ ସ୍ବାଭାବିକଠାରୁ ୧୪୯% ଅଧିକ ବର୍ଷା ହୋଇଛି। ଗୋଟିଏ ସ୍ଥାନରେ ଅତ୍ୟଧିକ ବର୍ଷା ହୋଇଥିବାବେଳେ ୧୦ଟି ସ୍ଥାନରେ ଅତିପ୍ରବଳ ଏବଂ ୨୮ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର…

ଆକ୍ସନ ମୋଡରେ ଶାହା; ୯ରେ ବଙ୍ଗଳାରେ ଶପଥ ଗ୍ରହଣ ସମାରୋହ, ୮ରେ ନିଷ୍ପତ୍ତି ହେବ ମୁଖ୍ୟମନ୍ତ୍ରୀଙ୍କ ନାମ!

କୋଲକାତା,୬ା୫: ପଶ୍ଚିମବଙ୍ଗରେ ଭାଜପାର ଐତିହାସିକ ବିଜୟ ପରେ, ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଏବେ ଜୋରଦାର ହୋଇଛି । ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଏବଂ…

‘ପାଠ ପଢ଼ି ମାର୍କ ଆଣିବା ଚିନ୍ତାରୁ ବାହାରି ଗବେଷଣା କରିବା ଜରୁରୀ’

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ବିଭାଗ ପକ୍ଷରୁ ବୁଧବାର ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିସହ ଯୁକ୍ତ…

ଟାଙ୍କିରେ ମିଳୁନି ପେଟ୍ରୋଲ-ଡିଜେଲ, ଚଢ଼ା ଦରରେ ଉପଭୋକ୍ତା କିଣି …

ଦାରିଙ୍ଗବାଡ଼ି,୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପେଟ୍ରୋଲ ଓ ଡିଜେଲର ଘୋର ସଙ୍କଟ ଦେଖାଯାଇଛି। ଉକ୍ତ ବ୍ଲକର ୨୫ଟି ପଞ୍ଚାୟତ ପାଇଁ ମାତ୍ର ୨ଟି ଟାଙ୍କି…

ଶେଷ ହେବ ଯୁଦ୍ଧ! ଇରାନ-ଆମେରିକା ମଧ୍ୟରେ ଚୁକ୍ତିନାମା, ଏହି 3 ଟି ପ୍ରସଙ୍ଗରେ ସହମତି…

ଓ୍ବାଶିଂଟନ,୬ା୫: ଇରାନ ଏବଂ ଆମେରିକା ମଧ୍ୟରେ ଶତ୍ରୁତା ବନ୍ଦ କରିବା ନେଇ ଏକ ସହମତି ହୋଇଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦୁଇ ରାଷ୍ଟ୍ର ମଧ୍ୟରେ…

ସ୍ବାସ୍ଥ୍ୟ ପାଇଁ ବିପଦ ସାଜିଛି ସାର-ଔଷଧ, ଜୈବିକ ସାର ପ୍ରୟୋଗ କରି…

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କଲ୍ୟାଣ ମଣ୍ଡପରେ ବୁଧବାର ଅନନ୍ୟା ଜୈବିକ ପନିପରିବା ଓ ବିହନ ମେଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଓଡ଼ିଶା ଚାଖିବ ଭିଏତନାମ ଡୁରିଆନ, ଦୁଇ ଦେଶ ମଧ୍ୟରେ ୧୦ ଚୁକ୍ତିନାମା

ନୂଆଦିଲ୍ଲ,୬ା୫: ଭାରତ ଏବଂ ଭିଏତନାମ ମଧ୍ୟରେ ସମ୍ପର୍କ ଆହୁରି ମଜବୁତ ହେବାକୁ ଯାଉଛି । ରାଷ୍ଟ୍ରପତି ଟୋ ଲାମଙ୍କ ଭାରତ ଗସ୍ତ ପରେ – ତାଙ୍କ ନିର୍ବାଚନର…

ତାମିଲନାଡ଼ୁରେ ସରକାର ଗଢ଼ିବେ ଥଲାପତି ବିଜୟ, ରାଜ୍ୟପାଳଙ୍କୁ ଭେଟିଲେ TVK ମୁଖ୍ୟ

ଚେନ୍ନାଇ,୬।୫:  ବୁଧବାର ଦିନ ତାମିଲନାଡୁ ରାଜନୀତିରେ ଏକ ବଡ଼ ମୋଡ଼ ଦେଖିବାକୁ ମିଳିଛି । ସୁପରଷ୍ଟାର ଥଲାପତି ବିଜୟଙ୍କ ଦଳ ଟିଭିକେକୁ ସରକାର ଗଠନ ପାଇଁ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri