Posted inଖେଳ

୩୪ଟି ସ୍କୁଲରେ ପାନୀୟ ଜଳ ବ୍ୟବସ୍ଥା କରିବେ ରାଇନା

ନୂଆଦିଲ୍ଲୀ, ୨୪ା୧୧ : ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନା ଉତ୍ତରପ୍ରଦେଶ, ଜମ୍ମୁ ଓ ଏନ୍‌ସିଆର (ନ୍ୟାଶନାଲ କ୍ୟାପିଟାଲ ରିଜିଅନ) ଅନ୍ତର୍ଗତ ୩୪ଟି ସରକାରୀ ସ୍କୁଲ ହାତକୁ ନେଇଛନ୍ତି। ଏହି ସ୍କୁଲଗୁଡ଼ିକରେ ସେ ସ୍ବଚ୍ଛତା ଏବଂ ପାନୀୟ ଜଳଯୋଗାଣ ବ୍ୟବସ୍ଥା କରିବେ। ଚଳିତବର୍ଷ ଅଗଷ୍ଟ ୧୫ରେ ରାଇନା ଅନ୍ତର୍ଜାତୀୟ କ୍ରିକେଟରୁ ତାଙ୍କର ଅବସର ଘୋଷଣା କରିଥିଲେ। ନଭେମ୍ବର ୨୭ରେ ତାଙ୍କ ୩୪ତମ ଜନ୍ମଦିବସ ଅବସରରେ ସେ ଜନହିତକର କାର୍ଯ୍ୟ ହାତକୁ ନେବା ଲାଗି ସ୍ଥିର କରିଛନ୍ତି। ରାଇନା ତାଙ୍କ ଝିଅ ନାମରେ ଗ୍ରାସିଆ ରାଇନା ଫାଉଣ୍ଡେଶନ (ଜିଆର୍‌ଏଫ୍‌) ନାମକ ଏକ ଏନଜିଓ କରିଛନ୍ତି। ରାଇନା ହାତକୁ ନେଇଥିବା ୨୩୪ଟି ସ୍କୁଲରେ ୧୦,୦୦୦ରୁ ଊଦ୍ଧ୍ୱର୍ର୍ ପିଲା ପାଠ ପଢନ୍ତି। ପ୍ରଥମେ ପିଲାମାନଙ୍କ ସ୍ବାସ୍ଥ୍ୟ ଏବଂ ପରିଷ୍କାର ପରିଚ୍ଛନତା ପ୍ରତି ଧ୍ୟାନ ଦିଆଯିବ ବୋଲି ସେ କହିଛନ୍ତି। ରାଇନା ଓ ତାଙ୍କ ସ୍ତ୍ରୀ ତଥା ଫାଉଣ୍ଡେଶନର ସହ ପ୍ରତିଷ୍ଠାତା ପ୍ରିୟଙ୍କା ଜନ୍ମ ସପ୍ତାହ ପାଳନ କରିବେ। ଏହି ଅବସରରେ ଗାଜିଆବାଦସ୍ଥିତ ନୁର ନଗର ସିହାନି, ସରକାରୀ କମ୍ପୋଜିଟ୍‌ ମିଡଲ ସ୍କୁଲରେ ରହିଥିବା ପାନୀୟ ଜଳ ଯୋଗାଣ ବ୍ୟବସ୍ଥାରେ ଅଧୁନିକୀକରଣ କାର୍ଯ୍ୟର ଶୁଭାରମ୍ଭ ହେବ। ବାଳିକା ଓ ବାକଳମାନଙ୍କ ଲାଗି ପୃଥକ ଟଏଲେଟ, ହ୍ୟାଣ୍ଡ୍‌ ଓ୍ବାଶ୍‌, ଡିଶ ଓ୍ବାଶିଂ ଏବଂ ସ୍ମାର୍ଟ କ୍ଲାସ୍‌ରୁମ୍‌ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri