Posted inଜାତୀୟ

କେରଳରେ ବର୍ଷା ନେଲାଣି ୨୬ ଜୀବନ

ନୂଆଦିଲ୍ଲୀ, ୧୮।୧୦: କେରଳରେ ଶୁକ୍ରବାରଠାରୁ ପ୍ରବଳ ବର୍ଷା ଲାଗିରହିଥିବାବେଳେ ବନ୍ୟା ଓ ଭୂସ୍ଖଳନରେ ୩ ଶିଶୁଙ୍କ ସମେତ ୨୬ ଜଣଙ୍କ ଜୀବନ ଗଲାଣି। କେବଳ କୋଟ୍ଟାୟାମ ଜିଲାରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଇଡୁକିରେ ୯ ଏବଂ ଆଲାପୁଝା ଜିଲାରେ ୪ ଜଣଙ୍କର ମୃତ୍ୟୁ ହୋଇଛି। କୁଟ୍ଟିକାଲରେ ଭୂସ୍ଖଳନରେ କୋଠା ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ୬ ଜଣଙ୍କ ମୃତ୍ୟୁ ହୋଇଥିଲା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ମୃତଦେହ ଶନିବାର ମିଳିଥିବାବେଳେ ରବିବାର ଅନ୍ୟ ୩ ଜଣଙ୍କ ମୃତଦେହ ଠାବ କରାଯାଇଛି। ଉଦ୍ଧାର କାର୍ଯ୍ୟରେ ସୈନ୍ୟବାହିନୀ, ଏନ୍‌ଡିଆର୍‌ଏଫ୍‌, ପୋଲିସ ଏବଂ ଅଗ୍ନିଶମ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ସ୍ଥାନୀୟ ଲୋକେ ମଧ୍ୟ ଉଦ୍ଧାର କାର୍ଯ୍ୟରେ ସହାୟତା କରୁଛନ୍ତି।
ଇଡୁକି ଜିଲାର କୋକାୟାର ଏବଂ କୋଟ୍ଟାୟାମ ଜିଲାର କୁଟ୍ଟିକାଲରେ ପ୍ରବଳ ବର୍ଷା ସାଙ୍ଗକୁ ଭୂସ୍ଖଳନ ହେବାରୁ ଅନେକ ଲୋକ ନିଖୋଜ ହୋଇଯାଇଛନ୍ତି। ମାଟି ଅତଡ଼ା ତଳୁ ନିଖୋଜ ଲୋକମାନଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସାବରିମାଲା ମନ୍ଦିରକୁ ସୋମବାର ପର୍ଯ୍ୟନ୍ତ ଭକ୍ତମାନଙ୍କ ଲାଗି ବନ୍ଦ କରିଦିଆଯାଇଛି। ପାହାଡ଼ିଆ ଅଞ୍ଚଳକୁ ନ ଯାଇ ଘରେ ରହିବା ଲାଗି ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି।
ରବିବାର ସକାଳୁ ବର୍ଷାର ପରିମାଣ କମିଥିଲେ ମଧ୍ୟ ଲୋକଙ୍କ ଦୁର୍ଦ୍ଦଶା କମିନାହିଁ। ଅନେକ ଅଞ୍ଚଳ ଜଳାର୍ଣ୍ଣବ ରହିଥିବାବେଳେ ହଜାର ହଜାର ଲୋକ ପାଣି ଘେରରେ ଅଛନ୍ତି। କେନ୍ଦ୍ର ସରକାର ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦେବେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ପ୍ରତିଶ୍ରୁତି ଦେବା ସହ ସମସ୍ତଙ୍କ ନିରାପତ୍ତା ପାଇଁ ପ୍ରାର୍ଥନା କରିଛନ୍ତି। ଶନିବାର ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ବରିଷ୍ଠ ପ୍ରଶାସନିକ ଅଧିକାରୀମାନଙ୍କ ସହ ଉଚ୍ଚସ୍ତରୀୟ ବୈଠକରେ ରିଲିଫ ଓ ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ। ବନ୍ୟାଞ୍ଚଳରୁ ଲୋକଙ୍କୁ ଉଦ୍ଧାର ଲାଗି ସମସ୍ତ ସାଧନର ବ୍ୟବହାର କରିବା ଲାଗି ସେ ପରାମର୍ଶ ଦେଇଥିଲେ। ସେହିପରି ଆଶ୍ରୟସ୍ଥଳଗୁଡ଼ିକରେ କୋଭିଡ୍‌ ପ୍ରୋଟୋକଲ ଉପରେ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ କହିଥିଲେ। ୧୮ ତାରିଖରୁ ରାଜ୍ୟର କଲେଜଗୁଡ଼ିକ ଖୋଲିବାକୁ ଥିବାବେଳେ ଏହାକୁ ୨୦ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ସମସ୍ତେ ସୁରକ୍ଷିତ ରହିବା ସହ ନିରାପତ୍ତା ନିୟମ ପାଳନ କରିବା ଲାଗି ଓ୍ବାୟାନାଡ୍‌ ଏମ୍‌ପି ରାହୁଲ ଗାନ୍ଧୀ ଟୁଇଟ୍‌ କରିଛନ୍ତି।
ଲଗାଣ ବର୍ଷା ଯୋଗୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଜଳଭଣ୍ଡାରରେ ପାଣି ବଢ଼ିବାରୁ ମନିୟାର ଡ୍ୟାମ୍‌ର ଗେଟ୍‌ଗୁଡ଼ିକୁ ଖୋଲିଦିଆଯାଇଛି। କୋଟ୍ଟାୟାମ ଏବଂ ଇଡୁକି ଜିଲାରେ ଭୂସ୍ଖଳନ ହୋଇଥିଲା। ଖରାପ ପାଗ ଯୋଗୁ ଉକ୍ତ ଜିଲାରେ ଉଦ୍ଧାର କାର୍ଯ୍ୟ ବିଳମ୍ବିତ ହୋଇଛି। ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ ସ୍ଥଳସେନା, ନୌସେନା ଏବଂ ବାୟୁସେନା ଯବାନମାନେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଜାତୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀର ୧୧ଟି ଟିମ୍‌କୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯାଇଛି। କାଭାଲି, କୋଟ୍ଟାୟାମରେ ମାଟି ଅତଡ଼ା ତଳୁ ନିଖୋଜମାନଙ୍କୁ ଯବାନ ଖୋଜୁଥିବାବେଳେ ନୌସେନା ହେଲିକପ୍ଟର ସହାୟତାରେ ବନ୍ୟାଞ୍ଚଳରେ ଆକାଶ ମାର୍ଗରୁ ରିଲିଫ ସାମଗ୍ରୀ ପକାଯାଉଛି। ବାୟୁସେନାର ଦୁଇଟି ହେଲିକପ୍ଟରକୁ ଷ୍ଟାଣ୍ଡବାଏ ରଖାଯାଇଛି।
ଠିକ୍‌ ସମୟରେ କ୍ଷତିଗ୍ରସ୍ତ ଅଞ୍ଚଳରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିବାରେ ରାଜ୍ୟ ସରକାର ବିଫଳ ହୋଇଥିବା ବିରୋଧୀ ଦଳ ନେତା ଭି.ଡି. ସାଥିସାନ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri