ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବାବେଳେ କେତେକ ସ୍ଥାନରେ ଜୀବନ ହାନିର ସୂଚନା ମିଳିଛି। ବିଶେଷକରି ପ୍ରବଳ ବର୍ଷା ଯୋଗୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ସ୍ଥିତି ବିଗିଡିବାରେ ଲାଗିଛି। ବଲାଙ୍ଗୀର ଜିଲା ପୁଇଁତଳା ଥାନା ପଥର୍ଲା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲୁହୁରେନ୍‌ପାଲି ଗାଁରେ ରବିବାର ଘରେ ଶୋଇଥିବା ଜଣେ ବୃଦ୍ଧ ଦମ୍ପତିଙ୍କ ଉପରେ ମାଟିକାନ୍ଥ ପଡିଯାଇଥିଲା। ଫଳରେ ଘଟଣାସ୍ଥଳରେ ବୃଦ୍ଧ ଗଣ୍ଡାରାମ କୁମ୍ଭାରଙ୍କ ମୃତ୍ୟୁ ହୋଇଥିବାବେଳେ ସ୍ତ୍ରୀ ଲକ୍ଷ୍ମୀ କୁମ୍ଭାର ଗୁରୁତର ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେହିପରି ଖପ୍ରାଖୋଲ ବ୍ଲକ୍‌ ଲାଠୋର ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ହରିଶଙ୍କର ରୋଡ୍‌ ରେଳଷ୍ଟେଶନ ନିକଟ ଝଲିଆଲିଟି ଫାଟକଠାରେ ନବନିର୍ମିତ ଭୂତଳ ପୋଲ ଭିତରେ ୭ଫୁଟର ପାଣି ଜମି ରହିଥିଲା।

ରେଳ ଧାରଣାରୁ ମାଟି ଧସିଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଲାଠୋର ବନ୍ଧିଆ ଯୋରରେ ପାଣି ପ୍ରବାହିତ ହେଉଥିବାରୁ ଲାଠୋର-ଖପ୍ରାଖୋଲ ରାସ୍ତା ବିଚ୍ଛିନ୍ନ ହୋଇପଡିଛି। ରାୟଗଡ଼ା ଜିଲା ପାର୍ତାପୁର ଗ୍ରାମ ନିକଟରେ ମୁଖ୍ୟ ରାସ୍ତା ଉପରେ ବିରାଟ ଗଛ ଉପୁଡି ପଡିବାରୁ ଓଡ଼ିଶା-ଆନ୍ଧ୍ର ରାସ୍ତାରେ କିଛି ଘଣ୍ଟା ପାଇଁ ଯାତାୟାତ ଠପ୍‌ ହୋଇଯାଇଥିଲା। ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଥିଲା। କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଖୀର୍ଜୀ ପଞ୍ଚାୟତରେ ସମେଳା-ଯୋଗୀପୁଟ ବ୍ରିଜ୍‌ର ୨ପାର୍ଶ୍ୱ ଧସିଯିବାରୁ ଏଠାରେ ଯାତାୟାତ ବିଚ୍ଛିନ୍ନ ହୋଇଯାଇଛି। ସେହିପରି କୋରାପୁଟରେ ରବିବାର ପ୍ରବଳ ବର୍ଷା ହୋଇଥିବାବେଳେ ବିଭିନ୍ନ ଅଞ୍ଚଳରେ ୭ଟି ଘର ଭାଙ୍ଗିଥିବା ସୂଚନା ରହିଛି। କେବଳ ଉପାନ୍ତ ଜିଲା ନୁହେଁ ଖୋର୍ଦ୍ଧା, କଟକ ସମେତ ସ୍ମାର୍ଟସିଟି ଭୁବନେଶ୍ୱରରେ ମଧ୍ୟ ଲଗାଣ ବର୍ଷା ପାଇଁ ଚିତ୍ର ବଦଳିଯାଇଛି। ତଳି ଅଞ୍ଚଳରେ ରହିଥିବା ଜନବସତିରେ ବର୍ଷା ଓ ଡ୍ରେନ୍‌ ପାଣି ଚାଲୁଥିବାବେଳେ କେତେକ ସ୍ଥାନରେ ଘର ଭିତରେ ପାଣି ପଶିଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବହୁ ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ପତ୍ନୀଙ୍କ ଆବେଦନର ଶୁଣାଣି ଶେଷ କଲେ ହାଇକୋର୍ଟ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନ ଉପରେ ଆଜି ଶୁଣାଣି ଶେଷ ହୋଇଛି ।…

CJPକୁ କାହିଁକି ସମର୍ଥନ କରିଥିଲେ? ସୋନମ ୱାଙ୍ଗଚୁକ୍‌ କଲେ ବଡ଼ ଖୁଲାସା, କହିଲେ ପାକିସ୍ତାନ….

ନୂଆଦିଲ୍ଲୀ,୩ା୯: CJP ଆନ୍ଦୋଳନ ସହ ନିଜର ସମ୍ପର୍କ ଏବଂ ଦଳର ବିଦେଶୀ ସମ୍ପର୍କକୁ ନେଇ ଉଠିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ସୋନମ ୱାଙ୍ଗଚୁକ୍‌। ସେ କହିଛନ୍ତି…

ଢେଙ୍କାନାଳର ପୂର୍ବତନ ଜିଲାପାଳ ଦୋଷୀ ସାବ୍ୟସ୍ତ, ବର୍ଷେ ଜେଲ୍‌ ଦଣ୍ଡ ସହ ସମ୍ପୂର୍ଣ୍ଣ ସରକାରୀ ପେନ୍‌ସନ୍‌କୁ…

ଢେଙ୍କାନାଳ,୩ା୯(ରତନ ନାୟାର): ସରକାରୀ ପଦବୀର ଅପବ୍ୟବହାର, ଅନିୟମିତତା ଓ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲାପାଳ ନିତ୍ୟାନନ୍ଦ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି।…

ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…

ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ…

ଜଙ୍ଗଲରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ

ଗୁଣପୁର,୩ା୯(ସୁଜାତା ପାଢ଼ୀ): ଜଙ୍ଗଲରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା ଗୁଣପୁର ବ୍ଲକ୍ ଗଠଳପଦର ପଞ୍ଚାୟତ କାକିତାରା…

ଦିଲ୍ଲୀ ଜଳ ବୋର୍ଡ ଦୁର୍ନୀତି, ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ମିଳିଲା ବେଲ୍, ୨ ଲକ୍ଷ…

ନୂଆଦିଲ୍ଲୀ,୩ା୯: ଦିଲ୍ଲୀ ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି (AAP) ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି ।…

ଆକ୍ସନ ମୋଡ୍‌ରେ ବିଇଓ: ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ

ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍‌ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା…

ପୁଣି ଫୁଲିଲା ହୀରାକୁଦ, ଏବେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ୬୨୭ ଫୁଟ ଟପିଯାଇଛି। ଫଳରେ ଗୁରୁବାର ସକାଳେ ପୁଣି ୨ଟି ସ୍ଲୁଇସ ଗେଟ୍‌ ଖୋଲି ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri