Posted inଜାତୀୟ

ଦିଲ୍ଲୀରେ ୧୯ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

ନୂଆଦିଲ୍ଲୀ, ୨।୯(ପି.ଟି.): ଦିଲ୍ଲୀରେ ଗୋଟିଏ ଦିନରେ ୧୧୨.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଗତ ୧୯ ବର୍ଷ ମଧ୍ୟରେ ସେପ୍ଟେମ୍ବର ମାସର ଗୋଟିଏ ଦିନରେ ଏହା ସର୍ବାଧିକ ବୃଷ୍ଟିପାତ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହା ପୂର୍ବରୁ ୨୦୦୨ ସେପ୍ଟେମ୍ବର ୧୩ରେ ୧୨୬.୮ ମିଲିମିଟର ବର୍ଷା ହୋଇଥିଲା। ୧୯୬୩ ସେପ୍ଟେମ୍ବର ୧୬ରେ ହୋଇଥିବା ୧୭୨.୬ ମିଲିମିଟର ବର୍ଷା ହେଉଛି ସର୍ବକାଳୀନ ରେକର୍ଡ।
ମଙ୍ଗଳବାରଠାରୁ ବୁଧବାର ସକାଳ ୮ଟା ୩୦ ମଧ୍ୟରେ ସଫଦରଜଙ୍ଗ ଅଞ୍ଚଳରେ ୧୧୨.୧ ମି.ମି. ବର୍ଷା ହୋଇଥିବାବେଳେ ଲୋଧିରୋଡ, ରିଜ୍‌, ପାଲାମ, ଆୟାନଗରରେ ଯଥାକ୍ରମେ ୧୨୦.୨, ୮୧.୬. ୭୧.୧ ଏବଂ ୬୮.୨ ମିଲିମିଟର ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ଦିଲ୍ଲୀର ଅନେକ ଅଞ୍ଚଳ ବୁଡ଼ିଯାଇଛି। ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ଚାଲୁଥିବାରୁ ଆଇଟିଓ, ଆଇପି ଇଷ୍ଟେଟ୍‌ ଫ୍ଲାଏଓଭର ନିକଟବର୍ତ୍ତୀ ରିଙ୍ଗ ରୋଡ, ଧଉଳା କୁଆଁ ଏବଂ ରୋହତକ ରୋଡ୍‌ ଆଦି ବିଭିନ୍ନ ସ୍ଥାନରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ମାତ୍ର ୩ ଘଣ୍ଟା ମଧ୍ୟରେ ୭୫.୬ ମିଲିମିଟର ବର୍ଷା ହୋଇଥିଲା।

 

 


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri