ବାତ୍ୟା ପ୍ରଭାବରେ ଛେଚିଲା ବର୍ଷା, ଲ୍ୟାଣ୍ଡଫଲ ବେଳେ ପ୍ରଭାବିତ ଆଶଙ୍କା, ଜାଣନ୍ତୁ କ’ଣ କହିଲେ IMD ଡିଜି

ଗଞ୍ଜାମ, ୨୭।୧୦(ବିଦ୍ୟାଧର ସାହୁ ): ବାତ୍ୟା ‘ମୋନ୍ଥା’ର ପ୍ରଭାବରେ ସୋମବାର ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି। ପ୍ରବଳ ବର୍ଷା ଯୋଗୁ ପବିତ୍ର କାର୍ତ୍ତିକ ମାସ ତୃତୀୟ ସୋମବାର ମଧ୍ୟ ଫିକା ପଡିଛି । ସହର ମଧ୍ୟରେ ଥିବା ବିଭିନ୍ନ ଶୈବ ପୀଠ ଗୁଡିକ ଖାଁ ଖାଁ ଲାଗୁଥିବା ଦେଖିବାକୁ ମିଳିଛି । ପ୍ରଥମ ଓ ଦ୍ୱିତୀୟ ସୋମବାରରେ ମଧ୍ୟ ବର୍ଷା ଯୋଗୁ ଭକ୍ତଙ୍କ ସଂଖ୍ୟା କମିଥିଲା । ଏହି ବର୍ଷା କାରଣରୁ ଶୈବ ପୀଠରେ ଭୋଗ କରିବାକୁ ମାନସିକ ରଖିଥିବା ଭକ୍ତମାନେ ନାହିଁ ନଥିବା ହଇରାଣ ହୋଇଛନ୍ତି। ପୂର୍ବାହ୍ନରେ ପ୍ରବଳ ବିଜୁଳି ସହ ଘଡଘଡି ମାରିଥିଲା । ସନ୍ଧ୍ୟାରେ ପବନର ବେଗ ମଧ୍ୟ ଆସ୍ତେ ଆସ୍ତେ ବଢୁଥିବା ପରିଲିକ୍ଷିତ ହୋଇଛି । ଅନ୍ୟପଟେ ଏହି ବର୍ଷା ଯୋଗୁ ସମୁଦ୍ର କୁଳ ନିକଟ ବର୍ତ୍ତୀ ଅଞ୍ଚଳ ଲୋକେ ଭୟଭୀତ ଥିବା ଜଣାପଡିଛି ।ପ୍ରଶାସନ ପକ୍ଷରୁ ବାତ୍ୟା ମୁକାବିଲା ଲାଗି ସମସ୍ତ ପ୍ରସ୍ତୁତ ଥିବା ବ୍ଲକ ପ୍ରଶାସନ ପକ୍ଷରୁ କୁହାଯାଇଛି । ଏହା ସହିତ ବିଡିଓ ଅଚ୍ୟୁତାନନ୍ଦ ଯାନୀ ଓ ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର ପ୍ରମୁଖ ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକ ବୁଲି ଅନୁଧ୍ୟାନ କରିଛନ୍ତି।

ସେପଟେ, ବାତ୍ୟାକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ବଡ଼ ସୂଚନା ଦେଇ କହିଛନ୍ତି, ଲ୍ୟାଣ୍ଡଫଲ ବେଳେ ଭୀଷଣ ବାତ୍ୟା, ଓଡ଼ିଶାରେ ପହଞ୍ଚିଲା ବେଳେ ଦୁର୍ବଳ ହୋଇଯିବ। ଦକ୍ଷିଣ ଓଡ଼ିଶା ଦେଇ ବାତ୍ୟା ଛତିଶଗଡ଼ ମୁହାଁ ହେବ। ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ଏହାର ପ୍ରଭାବ ପଡ଼ିବ। ଓଡ଼ିଶାରେ ବାତ୍ୟା ଦୁର୍ବଳ ହେଉଥିବାରୁ ୬୦ରୁ ୭୦ କି.ମି. ପବନ’ ବହିବ।୨୮ ରାତିରୁ ୨୯ ସକାଳ ଭିତରେ ବେଶୀ ପ୍ରଭାବ ରହିବ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri