ଆଜି ୬ ଜିଲାରେ ବର୍ଷା, ୧୨ରୁ ବଢ଼ିବ

ଭୁବନେଶ୍ୱର,୯ା୧୨(ଅନୁରାଧା ମହାରଣା): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ରବିବାର ଲଘୁଚାପ ସୃଷ୍ଟି ହୋଇଛି। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତିକରି ୧୨ ତାରିଖ ସୁଦ୍ଧା ତାମିଲନାଡୁ ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ଅନ୍ୟପଟେ ବର୍ତ୍ତମାନ ରାଜ୍ୟରେ ବିଶେଷ ଶୀତ ଅନୁଭୂତ ହେଉ ନ ଥିବା ବେଳେ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କୋହଲା ପାଗ ଲାଗି ରହିଛି। ସୋମବାର ଉତ୍ତର ତଥା ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ୬ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଜିଲାଗୁଡିକ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ ଓ ସୋନପୁର ଆଦି ରହିଛି। ସେହିଭଳି ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, କଟକ ଓ ଖୋର୍ଦ୍ଧା ଆଦି ୧୧ ଜିଲାରେ କୋହଲା ପାଗ ସାଙ୍ଗକୁ ବର୍ଷା ହୋଇପାରେ। ଏହା ପରେ ୧୦ରୁ ୧୨ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବାକୁ ଥିବାବେଳେ ପୁଣି ରାତିର ତାପମାତ୍ରା ୩ ଡିଗ୍ରୀ ହ୍ରାସ ପାଇବ। ଏହା ସହିତ କୁହୁଡିର ଆସ୍ତରଣ ଦେଖିବାକୁ ମିଳିବ। ରବିବାର ଗଞ୍ଜାମ, କୋରାପୁଟ, କଳାହାଣ୍ଡି ଓ କନ୍ଧମାଳ ଜିଲାରେ କୁହୁଡି ଦୃଶ୍ୟମାନ ହେବା ନେଇ ପାଣିପାଗ ବିଜ୍ଞାନୀ ସଞ୍ଜୀବ ଦ୍ବିବେଦୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri