Posted inଜାତୀୟ

ମେ’ରେ ୧୨୪ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

ନୂଆଦିଲ୍ଲୀ,୯।୬: ଚଳିତବର୍ଷ ମେ’ ମାସରେ ହୋଇଥିବା ବର୍ଷା ୧୨୪ ବର୍ଷର ରେକର୍ଡ ଭାଙ୍ଗିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ରବିବାର ଏକ ଏକ୍ସ’ ପୋଷ୍ଟ ମାଧ୍ୟମରେ ସୂଚନା ଦିଆଯାଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ସମୟ ପୂର୍ବରୁ ଭାରତ ପହଞ୍ଚିଥିବାରୁ ଏହାର ପ୍ରଭାବରେ ମେ’ ମାସରେ ଦକ୍ଷିଣ ଏବଂ ପୂର୍ବ ଭାରତରେ ନିରନ୍ତର ବର୍ଷା ହୋଇଥିଲା, ଯାହାଫଳରେ ବର୍ଷା ୧୨୪ ବର୍ଷର ରେକର୍ଡ ଭାଙ୍ଗିଥିବା ଆଇଏମ୍‌ଡି କହିଛି। ମେ’ ମାସରେ ସାରା ଭାରତର ହାରାହାରି ମାସିକ ବର୍ଷା ୧୨୬.୭ ମିଲିମିଟର ରହିଥିଲା, ଯାହା ମେ’ ମାସର ସ୍ବାଭାବିକ ବର୍ଷା ୬୧.୪ ମି.ମି. ଅପେକ୍ଷା ୧୦୬% ଅଧିକ ରହିଥିଲା। ୧୯୦୧ ପରଠାରୁ ଗତ ମେ’ ମାସରେ ଏହା ସର୍ବାଧିକ ବର୍ଷା ରେକର୍ଡ କରାଯାଇଥିବା ଆଇଏମ୍‌ଡି କହିଛି। ସେହିପରି ମେ’ ମାସରେ କେନ୍ଦ୍ରୀୟ ଭାରତରେ ୧୦୦.୯ ମି.ମି. ହାରାହାରି ବର୍ଷା ରେକର୍ଡ ହୋଇଛି, ଯାହା ମଧ୍ୟ ୧୯୦୧ଠାରୁ ସର୍ବାଧିକ। ଦକ୍ଷିଣ ଉପଦ୍ୱୀପ ଭାରତରେ ମେ’ ମାସର ହାରାହାରି ବର୍ଷା ୧୯୯.୭ ମିଲିମିଟର ରହିଛି, ଯାହା ଦ୍ୱିତୀୟ ସର୍ବାଧିକ। ୧୯୯୦ ମସିହା ମେ’ ମାସରେ ଦକ୍ଷିଣ ଉପଦ୍ୱୀପ ଭାରତର ହାରାହାରି ବର୍ଷା ୨୦୧.୪ ମିଲିମିଟର ରହିଥିଲା। ସେହିପରି ଗତ ମେ’ ମାସରେ ଉତ୍ତର-ପଶ୍ଚିମ ଭାରତର ହାରାହାରି ବର୍ଷା ୪୮.୧୧ ମିଲିମିଟର ରହିଛି। ୨୦୦୧ ପରଠାରୁ ଉତ୍ତର-ପଶ୍ଚିମ ଭାରତରେ ଚତୁର୍ଥ ସର୍ବାଧିକ ବର୍ଷା ରେକର୍ଡ ହୋଇଥିବା ଆଇଏମ୍‌ଡି କହିଛି। ପୂର୍ବ ଏବଂ ଉତ୍ତର ପୂର୍ବ ଭାରତରେ ମେ’ ମାସର ହାରାହାରି ବର୍ଷା ୨୪୨.୮ ମି.ମି. ରେକର୍ଡ ହୋଇଛି। ୨୦୦୧ ପରଠାରୁ ଏହା ମଧ୍ୟ ଚତୁର୍ଥ ସର୍ବାଧିକ ବୋଲି ଆଇଏମ୍‌ଡି କହିଛି। ସୂଚନାଯୋଗ୍ୟ, ଗତ ମେ’ ୨୪ରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳରେ ପହଞ୍ଚିଥିଲା, ଯାହା ସ୍ବାଭାବିକଠାରୁ ୮ ଦିନ ଶୀଘ୍ର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri