ବର୍ଷା: ଆଜି ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨ା୧୦(ଅସମାପିକା ସାହୁ):ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗାଙ୍ଗେୟ ଉପତ୍ୟକା, ପଶ୍ଚିମବଙ୍ଗର ପଶ୍ଚିମ ଭାଗ ଓ ସଂଲଗ୍ନ ଝାଡ଼ଖଣ୍ଡର ପଶ୍ଚିମ ଭାଗରେ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି ଓ ଆସନ୍ତା ୩ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଶନିବାର ରାତିରୁ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଖୋର୍ଦ୍ଧା ଜଟଣୀରେ ସର୍ବାଧିକ ୧୩୮ମିମି ବର୍ଷା ରେକର୍ଡ କରାଯାଇଥିବା ବଳେ ପୁରୀ ସତ୍ୟବାଦୀରେ ୯୬, କେନ୍ଦ୍ରାପଡ଼ାରେ ୮୭, ଗୋପରେ ୭୫, ନୟାଗଡ଼ ଓଡ଼ଗାଁରେ ୭୩.୭, ଢେଙ୍କାନାଳ ଭୁବନରେ ୬୪, କଟକରେ ୬୩.୪, ନିଶ୍ଚିତକୋଇଲିରେ ୬୩, ଲଖନପୁରରେ ୬୨, ନୟାଗଡ଼ରେ ୬୧ ମିମି ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ସେହିପରି ରବିବାର କେବଳ ଦିନରେ ଚାନ୍ଦବାଲିରେ ସର୍ବାଧିକ ୨୩.୩ ମିମି ବର୍ଷା ରେକର୍ଡ କରାଯାଇଛି। ସୋମବାର ମଧ୍ୟ ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ ସମ୍ବଲପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ଏହି ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ବରଗଡ଼, ସୋନପୁର, ବଲାଙ୍ଗୀର, ଅନୁଗୋଳ, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ମଙ୍ଗଳବାର ଓ ବୁଧବାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯିବା ସହ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri