Posted inରାଜ୍ୟ

୨୬ ତାରିଖ ଯାଏ ବର୍ଷା, ୧୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୦।୩(ବନ୍ଦନା ସେଠୀ): ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଗତ ୨୪ଘଣ୍ଟାରେ ୧୩ଟି ସ୍ଥାନରେ ବର୍ଷା ହୋଇଛି। କୋରାପୁଟର ବୋରିଗୁମ୍ମାଠାରେ ସର୍ବାଧିକ ୫୭.୪ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ସମ୍ବଲପୁର କୁଚିଣ୍ଡାଠାରେ ୪୪ ମି.ମି., ନବରଙ୍ଗପୁର ଡାବୁଗଁାଠାରେ ୪୩.୨ ମି.ମି., କୋରାପୁଟ ଲମତାପୁଟଠାରେ ୩୪ ମି.ମି., କଳାହାଣ୍ଡିର କଲମାପୁରରେ ୨୬.୨ ମି.ମି. ବର୍ଷା ହୋଇଛି। ଅନ୍ୟପକ୍ଷରେ ଉପକୂଳବର୍ତ୍ତୀ ଆନ୍ଧ୍ରପ୍ରଦେଶ ଓ ପାର୍ଶ୍ୱବର୍ତ୍ତୀ ୟାନମ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆଗାମୀ ୭ ଦିନ ଅର୍ଥାତ୍‌ ୨୬ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି।

ଶୁକ୍ରବାରଠାରୁ ୩ଦିନ ଯାଏ ପ୍ରବଳ ଝଡ଼ପବନ ସହ କୁଆପଥର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ବିଶେଷକରି ଶୁକ୍ରବାର ରାଜ୍ୟର ୨୫ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ବରଗଡ଼ ଓ ସମ୍ବଲପୁରରେ ବିଜୁଳି ଘଡ଼ଘଡ଼ି ସହ ୫୦ରୁ ୬୦ କି.ମି. ବେଗରେ ଝଡ଼ପବନ ଓ କୁଆପଥର ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି।

ସେହିପରି ମାଲକାନଗିରି, କୋରାପୁଟ, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କି.ମି. ବେଗରେ ଝଡ଼ ପବନର ସମ୍ଭାବନା ଥିବାରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ସମୟରେ ସତର୍କତା ଅବଲମ୍ବନ ସହ ଘରୁ ନ ବାହାରିବା ପାଇଁ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସତର୍କ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମିଲରଙ୍କ ଅସହଯୋଗରୁ ବଢୁଛି ଚାଷୀଙ୍କ ଚିନ୍ତା: ଧାନବସ୍ତା ରଖି ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୦।୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ଚାରିତରଫ ସମବାୟ ସମିତି ମଣ୍ଡିରେ ୮ହଜାର କୁଇଣ୍ଟାଲରୁ ଅଧିକ ଧାନ ପଡ଼ି ରହିଛି l ମିଲରଙ୍କ ଅସହଯୋଗରୁ ଏହି ଧାନ ପଡ଼ି…

ଶସ୍ତା ହୋଇଯିବ ତେଲ: ଯୁଦ୍ଧ ମଧ୍ୟରେ ସାରା ବିଶ୍ୱକୁ ମିଳିବ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୦।୩: ସାଧାରଣ ଜନତାଙ୍କୁ ଖୁବ୍‌ଶୀଘ୍ର ମିଳିବ ବଡ଼ ଆଶ୍ୱସ୍ତି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଖୁବ ଶୀଘ୍ର ହ୍ରାସ ପାଇପାରେ। ରିପୋର୍ଟ ଅନୁଯାୟୀ, ଆମେରିକା ଖୁବ…

ଯୁଦ୍ଧରେ ଫସିଗଲା ଆମେରିକା: ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଲା ସଂଘର୍ଷ

ଓ୍ବାଶିଂଟନ୍‌,୨୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଏକ ନୂତନ ମୋଡ଼ରେ ପହଞ୍ଚିବା ପରି ମନେ ହେଉଛି। ପ୍ରାୟ ୨୦ ଦିନ ଧରି ଚାଲିଥିବା…

‘୫ବର୍ଷ ପାଇଁ ଭାରତର ଗ୍ୟାସ ଯୋଗାଣ ଉପରେ ପ୍ରଭାବ…’ LNG ପ୍ଲାଣ୍ଟ ନଷ୍ଟ ହେବା ପରେ କାତାରର ବଡ଼ ବୟାନ

ନୂଆଦିଲ୍ଲୀ,୨୦।୩: କାତାର ଏନର୍ଜିର ସିଇଓ ଏବଂ ଶକ୍ତି ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ସାଦ ଅଲ-କାବି କହିଛନ୍ତି ଯେ ଇରାନ ଆକ୍ରମଣ କାତାରର ପ୍ରାୟ ୧୭ ପ୍ରତିଶତ ଏଲଏନଜି ରପ୍ତାନି…

ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ

ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର…

ଏମିତି ନିଷ୍ପତ୍ତି ନେବାକୁ ଯାଉଛନ୍ତି ଟ୍ରମ୍ପ: ଭାରତକୁ ହେବ ବଡ଼ ଫାଇଦା

ଓ୍ବାଶିଂଟନ୍‌,୨୦।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇପାରେ। ରିପୋର୍ଟ ଅନୁଯାୟୀ ଆମେରିକା ବର୍ତ୍ତମାନ ସମୁଦ୍ରରେ ଜାହାଜରେ ଫସି ରହିଥିବା…

ଠିକା ସର୍ବସ୍ବ ପାଲଟୁଛି ପ୍ରକଳ୍ପ, କାମରେ ଆସୁନି

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ):ଗ୍ରାମାଞ୍ଚଳରେ ସରକାରୀ ଅନୁଦାନରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ହେଉଛି ା ହେଲେ ସେହି ପ୍ରକଳ୍ପଗୁଡିକ ଲୋକଙ୍କ କାମରେ ଆସୁନାହିଁ। ଏଭଳି ଏକ ପ୍ରକଳ୍ପ ହେଉଛି ବର୍ଜ୍ୟବସ୍ତୁ…

ଟ୍ରମ୍ପଙ୍କୁ ନେଇ ବଡ଼ ଖୁଲାସା କଲେ ନେତାନ୍ୟାହୁ: ଚାହିଁ ରହିଗଲା ବିଶ୍ୱ, ଆଗକୁ ହେବ…

ଜେରୁଜେଲମ,୨୦।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶୁକ୍ରବାର ଆମେରିକାକୁ ଇରାନ ସହିତ ଯୁଦ୍ଧକୁ ଟାଣି ନେଇଥିବା ଦାବିକୁ ଖାରଜ କରିଦେଇଛନ୍ତି। ସେ ଏହି ରିପୋର୍ଟଗୁଡ଼ିକୁ ‘ମିଥ୍ୟା ଖବର’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri