ଅଦିନିଆ ବର୍ଷା ଉଜାଡ଼ିଲା ଫସଲ

ବାଙ୍ଗିରିପୋଷି,୨୨।୧୧(ଡି.ଏନ.ଏ.)- ଅଦିନିଆ ବର୍ଷାରେ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଞ୍ଚଳରେ ଫସଲ ଉଜୁଡ଼ି ଯାଇଛି। ଶୁକ୍ରବାର ଅପରାହ୍ନରେ ଓ ଶନିବାର ସକାଳେ ବର୍ଷା ଲାଗି ରହିଥିଲା। ବର୍ଷାରେ ଜମିରେ ପାଚିଲା ଧାନ ଭିଜୁଥିବା ବେଳେ ହେକ୍ଟର ହେକ୍ଟର ଜମିରେ ରବି ଫସଲ ନଷ୍ଟ ହୋଇଯାଇଛି। ଯାହାକି ଚାଷୀମାନଙ୍କ ରୋଜଗାର ଛଡ଼ାଇ ନେଇଛି।
ବର୍ଷା ଯୋଗୁ କୋହଲା ପାଗ ସାଙ୍ଗକୁ ଶୀତ ବେଶ୍‌ ଅନୁଭୂତ ହୋଇଥିଲା। ଏହି ବର୍ଷା ପାଇଁ ଶୀତଦିନିଆ ପରିବା ଫସଲ ଉପରେ ସମ୍ପର୍ଣ୍ଣ ପ୍ରଭାବ ପଡ଼ିଛି। ବ୍ଲକ ଅଞ୍ଚଳରେ ହୋଇଥିବା ଶତାଧିକ ଏକର ଫୁଲ କୋବି, ବନ୍ଧା କୋବି, ଟମୋଟୋ, ମୂଳା, ବାଇଗଣ ଫସଲ ପ୍ରଭାବିତ ହୋଇଛି। ବର୍ଷା ଯୋଗୁ ଫୁଲକୋବିରେ ପୋକ ସୃଷ୍ଟି ହୋଇ ନଷ୍ଟ ହେବାର ଆଶଙ୍କା ରହିଥିବା ବେଳେ ଅନ୍ୟ ପନିପରିବା ଫସଲ ମଧ୍ୟ ନଷ୍ଟ ହେବ ବୋଲି ସ୍ଥାନୀୟ ଚାଷୀମାନେ ପ୍ରକାଶ କରିଛନ୍ତି। ସେହିପରି ବର୍ତ୍ତମାନ ଧାନ ଅମଳ ସମୟ। ଅନେକ ସ୍ଥାନରେ ଜମିରେ ପାଚିଲା ଧାନ ଅମଳ ନ ହୋଇ ରହିଥିବା ଓ କେତେକ ସ୍ଥାନରେ ଧାନ କଟା ହୋଇ କିମ୍ବା ଗୋଦା ହୋଇ ରଖାଯାଇଛି। ଚାଷୀମାନେ ଋଣ କରିବା ସହ ବିଭିନ୍ନ ସୂତ୍ରରୁ ଟଙ୍କା ଆଣି ଚାଷ କରିଥିବା ବେଳେ ଅଦିନିଆ ବର୍ଷାରେ ଫସଲ ନଷ୍ଟ ହୋଇଯାଇଥିବାରୁ ସେମାନେ ଚିନ୍ତାରେ ପଡ଼ିଛନ୍ତି। ଏହି ବର୍ଷା ସେମାନଙ୍କ ରୋଜଗାର ଛଡ଼ାଇ ନେଇଥିବା ଚାଷୀମାନେ କହିଛନ୍ତି। ସରକାରଙ୍କ ପକ୍ଷରୁ କ୍ଷୟକ୍ଷତିର ଆକଳନ କରି ସହାୟତା ପ୍ରଦାନ କରାଯିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri