ଅଦିନିଆ ବର୍ଷା ଉଜାଡ଼ିଲା ଫସଲ

ବାଙ୍ଗିରିପୋଷି,୨୨।୧୧(ଡି.ଏନ.ଏ.)- ଅଦିନିଆ ବର୍ଷାରେ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଞ୍ଚଳରେ ଫସଲ ଉଜୁଡ଼ି ଯାଇଛି। ଶୁକ୍ରବାର ଅପରାହ୍ନରେ ଓ ଶନିବାର ସକାଳେ ବର୍ଷା ଲାଗି ରହିଥିଲା। ବର୍ଷାରେ ଜମିରେ ପାଚିଲା ଧାନ ଭିଜୁଥିବା ବେଳେ ହେକ୍ଟର ହେକ୍ଟର ଜମିରେ ରବି ଫସଲ ନଷ୍ଟ ହୋଇଯାଇଛି। ଯାହାକି ଚାଷୀମାନଙ୍କ ରୋଜଗାର ଛଡ଼ାଇ ନେଇଛି।
ବର୍ଷା ଯୋଗୁ କୋହଲା ପାଗ ସାଙ୍ଗକୁ ଶୀତ ବେଶ୍‌ ଅନୁଭୂତ ହୋଇଥିଲା। ଏହି ବର୍ଷା ପାଇଁ ଶୀତଦିନିଆ ପରିବା ଫସଲ ଉପରେ ସମ୍ପର୍ଣ୍ଣ ପ୍ରଭାବ ପଡ଼ିଛି। ବ୍ଲକ ଅଞ୍ଚଳରେ ହୋଇଥିବା ଶତାଧିକ ଏକର ଫୁଲ କୋବି, ବନ୍ଧା କୋବି, ଟମୋଟୋ, ମୂଳା, ବାଇଗଣ ଫସଲ ପ୍ରଭାବିତ ହୋଇଛି। ବର୍ଷା ଯୋଗୁ ଫୁଲକୋବିରେ ପୋକ ସୃଷ୍ଟି ହୋଇ ନଷ୍ଟ ହେବାର ଆଶଙ୍କା ରହିଥିବା ବେଳେ ଅନ୍ୟ ପନିପରିବା ଫସଲ ମଧ୍ୟ ନଷ୍ଟ ହେବ ବୋଲି ସ୍ଥାନୀୟ ଚାଷୀମାନେ ପ୍ରକାଶ କରିଛନ୍ତି। ସେହିପରି ବର୍ତ୍ତମାନ ଧାନ ଅମଳ ସମୟ। ଅନେକ ସ୍ଥାନରେ ଜମିରେ ପାଚିଲା ଧାନ ଅମଳ ନ ହୋଇ ରହିଥିବା ଓ କେତେକ ସ୍ଥାନରେ ଧାନ କଟା ହୋଇ କିମ୍ବା ଗୋଦା ହୋଇ ରଖାଯାଇଛି। ଚାଷୀମାନେ ଋଣ କରିବା ସହ ବିଭିନ୍ନ ସୂତ୍ରରୁ ଟଙ୍କା ଆଣି ଚାଷ କରିଥିବା ବେଳେ ଅଦିନିଆ ବର୍ଷାରେ ଫସଲ ନଷ୍ଟ ହୋଇଯାଇଥିବାରୁ ସେମାନେ ଚିନ୍ତାରେ ପଡ଼ିଛନ୍ତି। ଏହି ବର୍ଷା ସେମାନଙ୍କ ରୋଜଗାର ଛଡ଼ାଇ ନେଇଥିବା ଚାଷୀମାନେ କହିଛନ୍ତି। ସରକାରଙ୍କ ପକ୍ଷରୁ କ୍ଷୟକ୍ଷତିର ଆକଳନ କରି ସହାୟତା ପ୍ରଦାନ କରାଯିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ...

ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ

ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି।...

ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ

ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ବିଜେଡି ପ୍ରାର୍ଥୀ ଚୟନକୁ ନେଇ ଛିଡୁନି ଅଙ୍କ

ବାଙ୍ଗିରିପୋଷି,୧୭ା୪(ସଞ୍ଜୟ କୁମାର ଅଗ୍ରୱାଲା):ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। କଂଗ୍ରେସର ବିଭିନ୍ନ ପଦ ପଦବୀରେ ରହି ୩୦...

କେନ୍ଦ୍ରମନ୍ତ୍ରୀଙ୍କୁ ଟିକେଟ୍‌ ଦେଲାନି ଭାଜପା: ପଛରେ ରହିଛି ଏଭଳି କାରଣ

ବାରିପଦା,୧୭ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବିବାଦୀୟ ମନ୍ତବ୍ୟ, ଅଶୋଭନୀୟ ଆଚରଣ ସମେତ କାର୍ଯ୍ୟଦକ୍ଷତାର ମାପକାଠିକୁ ଆଧାରକରି ଭାଜପା ଚଳିତ ନିର୍ବାଚନରେ କେତେଜଣ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରାର୍ଥୀ ତାଲିକାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri