ଚିନ୍ତା ବଢ଼ାଇଲା ଅଦିନିଆ ବର୍ଷା

କେନ୍ଦୁଝର, ୧୪।୧୧ (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଅଦିନିଆ ବର୍ଷା ଚାଷୀଙ୍କ ଚିନ୍ତା ବଢ଼ାଇଛି। ପାଚିଲା ଧାନ ନଷ୍ଟ ହେବାକୁ ବସିଥିବାରୁ ଚାଷୀ ମୁଣ୍ଡରେ ହାତ ଦେଇ ବସିଛନ୍ତି। ଧାନ ପାଚି ଯାଇଥିବାରୁ ଚାଷୀ ମାନେ ତର ତର ହୋଇ ଧାନ କାଟି ବିଲରେ ରଖିଛନ୍ତି। ଚଳିତ ବର୍ଷ ଭଲ ଧାନ ହୋଇଥିବା ନେଇ ହଜାର ହଜାର ଚାଷୀ ଆଶା ବାନ୍ଧି ରଖିଥିବା ବେଳେ ଏଭଳି ବର୍ଷା ସେମାନଙ୍କ ଆଶା ଅଶଙ୍କା ଧୋଇ ହୋଇଯାଇଛି। ମୂଲିଆ ମିଳି ନ ଥିବାରୁ ଅନେକ ଚାଷୀ ଖଳାକୁ ଆଣି ପାରିନାହାନ୍ତି। ଏଭଳି ସମୟରେ ଅଦିନିଆ ବର୍ଷା ଯୋଗୁ ଧାନ ଫସଲ ପାଣିରେ ଭିଜି ଯାଇଥିବାରୁ ଗଜା ହେବା ଆଶଙ୍କା ନେଇ ଚିନ୍ତାରେ ଚାଷୀ ରହିଛନ୍ତି। ଏଭଳି ବର୍ଷା ଜାରି ରହିଲେ ସମସ୍ତ ଧାନ ନଷ୍ଟ ହୋଇଯିବ ବୋଲି ଗମ୍ଭାରିଆ ନିବାସୀ ଅଲେଖ ଚନ୍ଦ୍ର ପାତ୍ର କହିଛନ୍ତି। ଏଣେ ହାତୀ ଉପଦ୍ରବ ଯୋଗୁ ଧାନ ଫସଲ ନଷ୍ଟ ହେଉଥିବାରୁ ଚାଷୀ କ୍ଷତିଗ୍ରସ୍ତ ହେଉଥିବା ବେଳେ ତେଣେ ଅଦିନିଆ ବର୍ଷା ଚାଷୀଙ୍କ ଆର୍ଥିକ ସ୍ଥିତି କୁ ଦୋହଲାଇ ଦେଇଛନ୍ତି। ଏଣୁ କୃଷି ବିଭାଗ ଏହି କ୍ଷୟକ୍ଷତି ଉପରେ ନଜର ରଖି କ୍ଷତିପୂରଣ ଆକଳନ କରି ଦେବାକୁ ଚାଷୀ ନେତା କୀର୍ତ୍ତନ ଜେନା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ହାତୀ ପାଇଁ ଅଟକିଲା ମାଲବାହୀ ଟ୍ରେନ୍‌: ଲୋକୋପାଇଲଟ….

କେନ୍ଦୁଝର/ଯୋଡ଼ା,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ/ମାନସ ମହାନ୍ତି):କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ସେକ୍ସନ ବାମେବାରି ନିକଟ ନମିରା ଗ୍ରାମ ନିକଟ ବନ୍ଧୁଆବେଡ଼ାରେ ଗୁରୁବାର ସକାଳ ସମୟରେ ହାତୀ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri