ଚିନ୍ତା ବଢ଼ାଇଲା ଅଦିନିଆ ବର୍ଷା

କେନ୍ଦୁଝର, ୧୪।୧୧ (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଅଦିନିଆ ବର୍ଷା ଚାଷୀଙ୍କ ଚିନ୍ତା ବଢ଼ାଇଛି। ପାଚିଲା ଧାନ ନଷ୍ଟ ହେବାକୁ ବସିଥିବାରୁ ଚାଷୀ ମୁଣ୍ଡରେ ହାତ ଦେଇ ବସିଛନ୍ତି। ଧାନ ପାଚି ଯାଇଥିବାରୁ ଚାଷୀ ମାନେ ତର ତର ହୋଇ ଧାନ କାଟି ବିଲରେ ରଖିଛନ୍ତି। ଚଳିତ ବର୍ଷ ଭଲ ଧାନ ହୋଇଥିବା ନେଇ ହଜାର ହଜାର ଚାଷୀ ଆଶା ବାନ୍ଧି ରଖିଥିବା ବେଳେ ଏଭଳି ବର୍ଷା ସେମାନଙ୍କ ଆଶା ଅଶଙ୍କା ଧୋଇ ହୋଇଯାଇଛି। ମୂଲିଆ ମିଳି ନ ଥିବାରୁ ଅନେକ ଚାଷୀ ଖଳାକୁ ଆଣି ପାରିନାହାନ୍ତି। ଏଭଳି ସମୟରେ ଅଦିନିଆ ବର୍ଷା ଯୋଗୁ ଧାନ ଫସଲ ପାଣିରେ ଭିଜି ଯାଇଥିବାରୁ ଗଜା ହେବା ଆଶଙ୍କା ନେଇ ଚିନ୍ତାରେ ଚାଷୀ ରହିଛନ୍ତି। ଏଭଳି ବର୍ଷା ଜାରି ରହିଲେ ସମସ୍ତ ଧାନ ନଷ୍ଟ ହୋଇଯିବ ବୋଲି ଗମ୍ଭାରିଆ ନିବାସୀ ଅଲେଖ ଚନ୍ଦ୍ର ପାତ୍ର କହିଛନ୍ତି। ଏଣେ ହାତୀ ଉପଦ୍ରବ ଯୋଗୁ ଧାନ ଫସଲ ନଷ୍ଟ ହେଉଥିବାରୁ ଚାଷୀ କ୍ଷତିଗ୍ରସ୍ତ ହେଉଥିବା ବେଳେ ତେଣେ ଅଦିନିଆ ବର୍ଷା ଚାଷୀଙ୍କ ଆର୍ଥିକ ସ୍ଥିତି କୁ ଦୋହଲାଇ ଦେଇଛନ୍ତି। ଏଣୁ କୃଷି ବିଭାଗ ଏହି କ୍ଷୟକ୍ଷତି ଉପରେ ନଜର ରଖି କ୍ଷତିପୂରଣ ଆକଳନ କରି ଦେବାକୁ ଚାଷୀ ନେତା କୀର୍ତ୍ତନ ଜେନା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରାଜୟ ଜାଣି ଆସିଲେନି ସରପଞ୍ଚ, କଣ୍ଟିପାଳ ସରପଞ୍ଚଙ୍କ ବିରୋଧରେ ଆଜି ପଡ଼ିଲା ଅନାସ୍ଥା ଭୋଟ

ଆନନ୍ଦପୁର,୧୯।୧୨ (ସୁଶାନ୍ତ କୁମାର ସାହୁ): ଗତ କିଛି ମାସ ଧରି ଅନାସ୍ଥା ପାଇଁ ଚର୍ଚ୍ଚାରେ ଥିବା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତରେ ଆଜି ଭୋଟିଂ ହୋଇଛି।...

ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ…

ପାଟଣା ,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ପଞ୍ଚାୟତ ସାନଗମ୍ଭାରିଆ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ମାସ ଠାରୁ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନ ଭୋଜନରେ...

କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍‌- କାର୍‌କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…

ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

ଅନ୍ୟ ଧର୍ମର ହୋଇଥିବାରୁ ଶବ ପଡିରହିଲା ୩୨ ଘଣ୍ଟା: ଆଉ ତା’ପରେ…

ପାଟଣା,୧୮।୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଇଦ ବାଜା ଗାଁ ରେ ରୋଗାକ୍ରାନ୍ତ ମକୁରୁ ମୁଣ୍ଡାଙ୍କ ମୃତ୍ୟୁ ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା।...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri