ଏସ୍‌ଡିଜେଏମ୍‌ କୋର୍ଟରେ ବର୍ଷାଙ୍କ ସାକ୍ଷ୍ୟଗ୍ରହଣ

କଟକ,୫ା୧୦ (କାର୍ତ୍ତିକ ସାହୁ) ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ତାଙ୍କ ସ୍ବାମୀ ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ କଟକ ଏସ୍‌ଡିଜେଏମ୍‌ କୋର୍ଟରେ ଦାଏର ଘରୋଇ ହିଂସା ମାମଲାର ବୁଧବାର ଶୁଣାଣି ହୋଇଛି। ଅଦାଲତରେ ବର୍ଷାଙ୍କ ପକ୍ଷରୁ ସାକ୍ଷ୍ୟଗ୍ରହଣ ଆରମ୍ଭ ହୋଇଛି। ମାମଲାର ଶୁଣାଣିବେଳେ ବର୍ଷା ଏକାଧିକ ନଥିପତ୍ର ଚିହ୍ନଟ କରିଛନ୍ତି। ଗତ ସେପ୍ଟେମ୍ବର ୨୫ରେ ଏସ୍‌ଡିଜେଏମ୍‌ କୋର୍ଟରେ ବର୍ଷା ଓ ଅନୁଭବଙ୍କୁ କାଉନ୍‌ସେଲିଂ କରାଯାଇଥିଲା। ହେଲେ କାଉନ୍‌ସେଲିଂ ବିଫଳ ହୋଇଥିଲା। ଏହି ମାମଲାରେ ବର୍ଷାଙ୍କ ପକ୍ଷରୁ ପୂର୍ବରୁ କୋର୍ଟରେ ମେଡିଏସନ୍‌ ଆଫିଡାଭିଟ୍‌ ଦାଖଲ କରାଯାଇଛି।
ସୂଚନାଯୋଗ୍ୟ, ବର୍ଷାଙ୍କ ପକ୍ଷରୁ ଅନୁଭବ ଓ ତାଙ୍କ ପରିବାର ସଦସ୍ୟଙ୍କ ବିରୋଧରେ ୨୦୨୦ରେ ଘରୋଇ ହିଂସା ମାମଲା କଟକ ଏସ୍‌ଡିଜେଏମ୍‌ କୋର୍ଟରେ ଦାଏର ହୋଇଥିଲା। ସେ ପାରିବାରିକ ହିଂସାର ଶିକାର ହେଉଛନ୍ତି ବୋଲି ଅଭିଯୋଗରେ ଦର୍ଶାଇଥିଲେ। ଅନୁଭବ ନିଶାସକ୍ତ ଅବସ୍ଥାରେ ତାଙ୍କୁ ମାରପିଟ କରିବା ସହ ଶାରୀରିକ ଓ ମାନସିକ ନିର୍ଯାତନା ଦେଇ ଆସୁଛନ୍ତି। ଏପରିସ୍ଥଳେ ସେ କ୍ଷତିପୂରଣ ବାବଦକୁ ଅନୁଭବଙ୍କ ନିକଟରୁ ୧୫ କୋଟି ଟଙ୍କା, ଘରଭଡ଼ା ବାବଦକୁ ମାସିକ ୩୦ ହଜାର ଓ ତାଙ୍କର ଚଳିବାକୁ ମାସିକ ୫୦ ହଜାର ଟଙ୍କା ଦାବି କରିଥିଲେ। ଏଥିସହ ମହିଳା ହିଂସା ସୁରକ୍ଷା ଆଇନ ୨୦୦୫ ଅନୁସାରେ ତାଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ବର୍ଷା ପ୍ରାର୍ଥନା କରିଥିଲେ। ଅନ୍ୟପକ୍ଷରେ ସେ କଟକର ପରିବାର ଅଦାଲତରେ ଅନୁଭବଙ୍କ ନିକଟରେ ରହିବାକୁ ଚାହଁୁଥିବା ଦର୍ଶାଇ ସ୍ବାମୀ-ସ୍ତ୍ରୀ ଭାବେ ସେମାନଙ୍କ ସମ୍ପର୍କ ପୁନଃ ପ୍ରତିଷ୍ଠା ନିମନ୍ତେ ଆବେଦନ କରିଥିଲେ। କଟକ ପରିବାର ଅଦାଲତରେ ୧ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଏହି ମାମଲାର ଶୁଣାଣି ଚାଲିଥିଲା। ତେବେ ନିକଟରେ ପରିବାର ଅଦାଲତ ବର୍ଷାଙ୍କ ଆବେଦନକୁ ଖାରଜ କରିଥିଲେ। ସେହିପରି ଅନୁଭବଙ୍କ ପକ୍ଷରୁ ବର୍ଷାଙ୍କୁ ଛାଡ଼ପତ୍ର ଦେବା ନିମନ୍ତେ କରାଯାଇଥିବା ଆବେଦନକୁ ମଧ୍ୟ ପରିବାର ଅଦାଲତ ଖାରଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri