ରାଜ୍ୟରେ ପୁଣି ବଢିବ ବର୍ଷା: ଏସବୁ ଜିଲାକୁ ବଜ୍ରପାତ ଭୟ…

ଭୁବନେଶ୍ୱର,୮ା୯: ରାଜ୍ୟରେ ପୁଣି ବଢିବ ବର୍ଷା। ଆଞ୍ଚଳିକ ପାଣିପାଗ ସୂଚନାନୁସାରେ, ସେପ୍ଟେମ୍ବର ୭ରୁ ୧୩ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୌସୁମୀ ଟ୍ରପ୍‌ ବର୍ତ୍ତମାନ ପୂର୍ବ- ଦକ୍ଷିଣପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରୁଛି। ଏଥିସହ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଉପରେ ବାୟୁମଣ୍ଡଳୀୟ ଘୁର୍ଣ୍ଣିବଳୟ ପ୍ରଭାବରେ ବର୍ଷାର ତୀବ୍ରତା ବଢ଼ିଛି। ଏହି କ୍ରମରେ ସୋମବାର ରାଜ୍ୟର ୪ଟି ଜିଲା ଯଥା ମାଲକାନଗିରି, କୋରାପୁଟ, ରାୟଗଡ଼ା ଏବଂ ଗଜପତି ଜିଲାକୁ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ ଗଞ୍ଜାମ ଜିଲାର କିଛି ସ୍ଥାନରେ ୩୦ରୁ ୪୦ କି.ମି. ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି। ଏବେ ଘୂର୍ଣ୍ଣିବଳୟ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୩.୧ ଏବଂ ୫.୮ କି.ମି. ଉଚ୍ଚତାରେ ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri