କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ ଉଦ୍ଧର୍‌ବ ସମୟ ଧରି ଲାଗି ରହିଥିବା ବର୍ଷା ଯୋଗୁ ଲୋକଙ୍କ ଦୁର୍ଦ୍ଦଶା ବଢିଯାଇଥିବା ବେଳେ କୋକସରା ବ୍ଲକରେ ଚଳିତ ବର୍ଷର ସର୍ବାଧିକ ରେକର୍ଡ ୧୦୨ ମିଲିମିଟର ବର୍ଷା ହୋଇଛି।

ବ୍ଳକର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ବେହେରା ନଦୀ ଡୁମେରଦର ବ୍ରିଜ ରାସ୍ତା ବର୍ଷାରେ ଧୋଇଯାଇଥିବା ବେଳେ ରାସ୍ତା ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ଏନେଇ ଉକ୍ତ ରାସ୍ତାରେ ଯୋଗାଯୋଗ ବିଛିନ୍ନ ହୋଇପଡ଼ିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି କୋକସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାର ସମ୍ପୃକ୍ତ ଅଞ୍ଚଳ ପରିଦର୍ଶନ କରି ସ୍ଥିତ ଅନୁଧ୍ୟାନ କରିଛନ୍ତି।

ଖୁଣ୍ଟିଆ ପଞ୍ଚାୟତ ଅନ୍ତର୍ଗତ ବାରବଖରା ଗାଁର ୫ ପରିବାର ଚାଷ ଜମିକୁ ଯାଇଥିବା ବେଳେ ମୁଟୁରା ନଦୀରେ ହଠାତ୍‌ ପାଣି ବଡ଼ି ଯିବାରୁ ସେମାନେ ଫସି ରହିଥିବା ବେଳେ ଅଗ୍ନିଶମ କର୍ମଚାରୀ ସେମାନଙ୍କୁ ଉଦ୍ଧାର କରିଥିବା ଜଣାପଡିଛି। ସେହିପରି କୁଲୁରଗୁଡା, ଟେମରାକୁ ସଂଯୋଗ କରୁଥିବା ବେହେରା ନାଲାର ଖୁର୍ସେଲଗୁଡା ନିକଟସ୍ଥ ବ୍ରିଜରେ ଘାଇ ସୃଷ୍ଟି ହେବାସହ ପାଣି ଗାଁକୁ ମାଡି ଆସି ଆସିଛି।

ଏପରିକି ଲଡୁଗାଁ-ସୁପାଡ ରାସ୍ତାରେ ଥିବା ଅସ୍ଥାୟୀ ପୋଲ ବିଚ୍ଛିନ୍ନ ହୋଇଛି। ଯାହା ଫଳରେ ସ୍ଥାନୀୟ ଲୋକେ ଯାତାୟାତରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ମୁଟୁରା ନଦୀରେ ଜଳସ୍ତର ବୃଦ୍ଧି ପାଉଥିବା ବେଳେ କାଉଡୋଲା ଗ୍ରାମର ଲୋକଙ୍କ ଘରେ ପାଣି ପଶିଯାଇଛି। ସେହିପରି ଗମ୍ଭାରୀଗୁଡା ପଞ୍ଚାୟତ ଚିକିଲି ଗ୍ରାମରେ ମଧ୍ୟ ପାଣି ପଶିଯାଇଛି।

କୋକସରା ଅଗ୍ନିଶମ କର୍ମଚାରୀ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିବା ସହ ପାଣି ନିଷ୍କାସନର ବ୍ୟବସ୍ଥା କରୁଛନ୍ତି। ସେହିପରି ୨୬ ନମ୍ବର ଜାତୀୟ ରାଜପଥର କୁସୁମଖୁଣ୍ଟି ନିକଟରେ ମଧ୍ୟ ବିରାଟକାୟ ଗଛ ପଡ଼ିଥିବାରୁ ଯୋଗାଯୋଗ ପ୍ରଭାବିତ ହୋଇଥିଲା। ଅଗ୍ନିଶମ କର୍ମଚାରୀମାନେ ଗଛକାଟି ସଫା କରିବା ପରେ ଯାତାୟାତ ସ୍ବାଭାବିକ ହୋଇଥିଲା। ବ୍ଳକର ବଡ଼ପୋଡ଼ାଗୁଡ଼ା ଗ୍ରାମଦେଇ ପ୍ରବାହିତ ହେଉଥିବା ମୁଟୁରା ନଦୀ ଉପରେ ମଧ୍ୟ ପାଣି ପ୍ରବାହିତ ହୋଇ ଅନେକ ଚାଷ ଜମିରେ ଜଳମଗ୍ନ ହୋଇଛି।

ଲଗାଣ ବର୍ଷା ଯୋଗୁ ବାଞ୍ଜିବାହାଲର ୩ଟି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଖରାପ ହୋଇଯାଇଥିବା ବେଳେ ବଡ଼ପୋଡ଼ାଗୁଡ଼ା ଅଞ୍ଚଳର ୩ରୁ ଊଦ୍ଧର୍‌ବ ବିଦ୍ୟୁତ୍‌ ପୋଲ ଅତି ବିପଦପୂର୍ଣ୍ଣ ଅବସ୍ଥାରେ ଥିବାରୁ ବିଦ୍ୟୁତ୍‌ ସରବରାହ ବ୍ୟାହତ ହୋଇଛି।

ଏପରିକି କୋକସରା ଅବକାରୀ ଥାନାର ଅସ୍ଥାୟୀ କାର୍ଯ୍ୟାଳୟରେ ପାଣି ପଶି ଯିବାରୁ ଅନେକ ଗୁରୁତ୍ତ୍ୱପୂର୍ଣ କାଗଜ ପତ୍ର ନଷ୍ଟ ହୋଇଥିବା ଆଶଙ୍କା ସୃଷ୍ଟି ହୋଇଛି। ବର୍ଷା ଯୋଗୁ ବ୍ଳକର ବେହେରା ନଦୀ ଓ ମୁଟୁରା ନଦୀ ଅଞ୍ଚଳରେ ଥିବା ଗ୍ରାମବାସୀ ନଦୀକୂଳକୁ ନ ଯିବା ସହ ଗୃହପାଳିତ ପଶୁଙ୍କ ପ୍ରତି ସତର୍କତା ଅବଲମ୍ବନ କରି ଲୋକଙ୍କୁ ସଚେତନ ବାର୍ତ୍ତା ଦେଇଥିବା ବେଳେ ଶ୍ରାବଣ ମାସ ହେତୁ ଡୋକରୀ ଚଞ୍ଚରା ପର୍ଯ୍ୟଟନ ଅଞ୍ଚଳରେ ଥିବା ବ୍ରିଜ ଭାଙ୍ଗି ଯିବାରୁ ସେଠାକୁ ନ ଯିବା ପାଇଁ ମଧ୍ୟ ଅନୁରୋଧ କରିଛନ୍ତି। ଏଥି ସହିତ ଲୋକଙ୍କୁ କ୍ଷୟକ୍ଷତି ସମ୍ପର୍କରେ ପ୍ରଶାସନକୁ ଜଣାଇବାକୁ କହିଛନ୍ତି।

ଏନେଇ କୋକସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ଼ଃ ହିମାଞ୍ଚଳ ମାଝୀଙ୍କୁ ପଚାରିବାରୁ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରାଯାଇଛି। ଲୋକଙ୍କୁ ସଚେତନ କରାଯାଉଛି। ବର୍ଷା କମିବା ପରେ କ୍ଷୟକ୍ଷତି ଆକଳନ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri