ନିଷ୍କାସନ ହୋଇପାରୁନି ବର୍ଷାପାଣି

ଧାମନଗର, ୮।୭ (ଡି.ଏନ.ଏ.) ଭଦ୍ରକ ଜିଲା ଧାମନଗର ବ୍ଲକ ଦୋବଲ ବଜାରରେ ଦିନକୁ ଦିନ ଟ୍ରାଫିକ ଓ ଡ୍ରେନେଜ ସମସ୍ୟା ଗୁରୁତର ହେବାରେ ଲାଗିଛି। ଦୋବଲ ବସ୍‌ଷ୍ଟାଣ୍ଡଠାରୁ କାଳୀବଜାର ରାସ୍ତାର ଉଭୟ ପାର୍ଶ୍ୱରେ ବିଭିନ୍ନ ଗାଡ଼ି ଦୀର୍ଘ ସମୟ ଧରି ଛିଡ଼ା ହୋଇ ରହୁଥିବାରୁ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଏପରିକି ଜଣେ ଚାଲି ଚାଲି ଯିବା ମଧ୍ୟ କଷ୍ଟକର ହୋଇପଡୁଛି। ଅନ୍ୟପଟେ ସେହି ସ୍ଥାନରେ ବର୍ଷାପାଣି ନିଷ୍କାସନ ହୋଇ ନ ପାରି ରାସ୍ତାରେ ଜମି ରହୁଛି। ଫଳରେ ପଥଚାରୀଠାରୁ ଆରମ୍ଭ କରି ସାଇକେଲ ଆରୋହୀ ଓ ହାଲୁକା ଯାନ ଯାତାୟାତରେ ସମସ୍ୟା ଉପୁଜୁଛି। ସାମାନ୍ୟ ବର୍ଷା ହେଲେ ରାସ୍ତାରେ ଆଣ୍ଠୁଏ ପାଣି ଜମୁଛି। ରାସ୍ତାର ଉଭୟ ପାର୍ଶ୍ୱରେ ଦୋକାନ ଥିବାରୁ ପାଣି ନିଷ୍କାସନ ହୋଇପାରୁ ନାହିଁ। କେତେକ ଦୋକାନୀ ଜବରଦଖଲ କରି ଆଗକୁ ମାଡ଼ି ଆସିଥିବାରୁ ରାସ୍ତା ସଂକୀର୍ଣ୍ଣ ହୋଇଛି। ଫଳରେ ବର୍ଷାଦିନେ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ଧାମନଗର-ଦୋବଲ ରାସ୍ତାର ଧାମନଗର କଲେଜଠାରୁ ଦୋବଲ ବଜାର ଗେଙ୍ଗୁଟି ନଦୀବନ୍ଧ ବସ୍‌ଷ୍ଟାଣ୍ତ ପର୍ଯ୍ୟନ୍ତ ରାସ୍ତାର ଦୁଇପାର୍ଶ୍ୱରେ କେତେଜଣ ବ୍ୟକ୍ତି ଜବରଦଖଲ କରି ଦୋକାନ ଗୃହ ସହ ସ୍ଥାୟୀ ପକ୍କାଘର କରୁଥିବାରୁ ରାସ୍ତା ସଂକୁଚିତ ହେବାରେ ଲାଗିଛି। ସମ୍ପ୍ରସାରଣ ହୋଇ ନ ପାରିବା ସାଙ୍ଗକୁ ଡ୍ରେନେଜ୍‌ ବ୍ୟବସ୍ଥା ନ ଥିବାରୁ ରାସ୍ତାରେ ବର୍ଷାପାଣି ଜମିବା ସହ କେତେକ ଦୋକାନ ଓ ଘରେ ମଧ୍ୟ ପଶୁଛି। ସେହିପରି ରାସ୍ତା ସଂକୀର୍ଣ୍ଣକୁ ଦୋକାନୀମାନେ ଦୋକାନ ସମ୍ମୁଖରେ ଘଣ୍ଟା ଘଣ୍ଟା ଧରି ବଡ଼ ଟ୍ରକ୍‌ ଓ ପିକ୍‌ଅପ୍‌ ଗାଡ଼ିକୁ ଠିଆ କରି ରଖୁଥିବା ଯୋଗୁ ରାସ୍ତା ଜାମ୍‌ ରହୁଛି। ପ୍ରଶାସନ ପକ୍ଷରୁ ଦୋବଲ ବଜାର ରାସ୍ତାର ଉଭୟ ପାର୍ଶ୍ୱରେ ଡ୍ରେନେଜ ବ୍ୟବସ୍ଥା କରାଯିବା ସହ ଜବରଦଖଲ ହଟାଇବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ…

ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି…

କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍‌ ଭିଡିଓ ଜାରି କରି…

ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri