ନିଷ୍କାସନ ହୋଇପାରୁନି ବର୍ଷାପାଣି

ଧାମନଗର, ୮।୭ (ଡି.ଏନ.ଏ.) ଭଦ୍ରକ ଜିଲା ଧାମନଗର ବ୍ଲକ ଦୋବଲ ବଜାରରେ ଦିନକୁ ଦିନ ଟ୍ରାଫିକ ଓ ଡ୍ରେନେଜ ସମସ୍ୟା ଗୁରୁତର ହେବାରେ ଲାଗିଛି। ଦୋବଲ ବସ୍‌ଷ୍ଟାଣ୍ଡଠାରୁ କାଳୀବଜାର ରାସ୍ତାର ଉଭୟ ପାର୍ଶ୍ୱରେ ବିଭିନ୍ନ ଗାଡ଼ି ଦୀର୍ଘ ସମୟ ଧରି ଛିଡ଼ା ହୋଇ ରହୁଥିବାରୁ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଏପରିକି ଜଣେ ଚାଲି ଚାଲି ଯିବା ମଧ୍ୟ କଷ୍ଟକର ହୋଇପଡୁଛି। ଅନ୍ୟପଟେ ସେହି ସ୍ଥାନରେ ବର୍ଷାପାଣି ନିଷ୍କାସନ ହୋଇ ନ ପାରି ରାସ୍ତାରେ ଜମି ରହୁଛି। ଫଳରେ ପଥଚାରୀଠାରୁ ଆରମ୍ଭ କରି ସାଇକେଲ ଆରୋହୀ ଓ ହାଲୁକା ଯାନ ଯାତାୟାତରେ ସମସ୍ୟା ଉପୁଜୁଛି। ସାମାନ୍ୟ ବର୍ଷା ହେଲେ ରାସ୍ତାରେ ଆଣ୍ଠୁଏ ପାଣି ଜମୁଛି। ରାସ୍ତାର ଉଭୟ ପାର୍ଶ୍ୱରେ ଦୋକାନ ଥିବାରୁ ପାଣି ନିଷ୍କାସନ ହୋଇପାରୁ ନାହିଁ। କେତେକ ଦୋକାନୀ ଜବରଦଖଲ କରି ଆଗକୁ ମାଡ଼ି ଆସିଥିବାରୁ ରାସ୍ତା ସଂକୀର୍ଣ୍ଣ ହୋଇଛି। ଫଳରେ ବର୍ଷାଦିନେ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ଧାମନଗର-ଦୋବଲ ରାସ୍ତାର ଧାମନଗର କଲେଜଠାରୁ ଦୋବଲ ବଜାର ଗେଙ୍ଗୁଟି ନଦୀବନ୍ଧ ବସ୍‌ଷ୍ଟାଣ୍ତ ପର୍ଯ୍ୟନ୍ତ ରାସ୍ତାର ଦୁଇପାର୍ଶ୍ୱରେ କେତେଜଣ ବ୍ୟକ୍ତି ଜବରଦଖଲ କରି ଦୋକାନ ଗୃହ ସହ ସ୍ଥାୟୀ ପକ୍କାଘର କରୁଥିବାରୁ ରାସ୍ତା ସଂକୁଚିତ ହେବାରେ ଲାଗିଛି। ସମ୍ପ୍ରସାରଣ ହୋଇ ନ ପାରିବା ସାଙ୍ଗକୁ ଡ୍ରେନେଜ୍‌ ବ୍ୟବସ୍ଥା ନ ଥିବାରୁ ରାସ୍ତାରେ ବର୍ଷାପାଣି ଜମିବା ସହ କେତେକ ଦୋକାନ ଓ ଘରେ ମଧ୍ୟ ପଶୁଛି। ସେହିପରି ରାସ୍ତା ସଂକୀର୍ଣ୍ଣକୁ ଦୋକାନୀମାନେ ଦୋକାନ ସମ୍ମୁଖରେ ଘଣ୍ଟା ଘଣ୍ଟା ଧରି ବଡ଼ ଟ୍ରକ୍‌ ଓ ପିକ୍‌ଅପ୍‌ ଗାଡ଼ିକୁ ଠିଆ କରି ରଖୁଥିବା ଯୋଗୁ ରାସ୍ତା ଜାମ୍‌ ରହୁଛି। ପ୍ରଶାସନ ପକ୍ଷରୁ ଦୋବଲ ବଜାର ରାସ୍ତାର ଉଭୟ ପାର୍ଶ୍ୱରେ ଡ୍ରେନେଜ ବ୍ୟବସ୍ଥା କରାଯିବା ସହ ଜବରଦଖଲ ହଟାଇବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri