ସ୍କୁଲରେ ପଶିଲା ବର୍ଷାପାଣି: ଡ୍ରେନ୍‌ ନିର୍ମାଣ ଦାବି

ଥୁଆମୂଳ ରାମପୁର,୮ା୭ (ଦୁର୍ଗା କୀର୍ତ୍ତି)- ସାରା ରାଜ୍ୟରେ କିଛିଦିନ ହେଲା ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ଏହାର ପ୍ରଭାବ ଥୁଆମୂଳ ରାମପୁର ବ୍ଲକରେ ଦେଖିବାକୁ ମିଳିଛି। ଲଗାଣ ବର୍ଷା ଯୋଗୁ ବ୍ଲକ ଅଧୀନ ଓଡ୍ରି ଗ୍ରାମପଞ୍ଚାୟତ ଅନ୍ତର୍ଗତ ଟାଙ୍ଗରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ ଭିତରେ ପାଣି ପଶିଛି। ଏଥିଯୋଗୁ ବିଦ୍ୟାଳୟ ପରିସର କାଦୁଅ ପଚପଚ ହୋଇପଡିଥିବାବେଳେ ପାଠପଢା କେତେକାଂଶରେ ବ୍ୟାହତ ହୋଇଛି। ଡ୍ରେନ୍‌ ବ୍ୟବସ୍ଥା ନ ଥିବାରୁ ଏଭଳି ସମସ୍ୟା ଦେଖାଦେଇଥିବା କୁହାଯାଉଛି। ୧୯୯୯ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬୮ ଛାତ୍ରୀଛାତ୍ର ଥିବାବେଳେ ୨ ଶିକ୍ଷକ ଶିକ୍ଷାଦାନ କରୁଛନ୍ତି l ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୈବଲ୍ୟ ନାଏକ ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ତୁମେଶ୍ୱର ନାଏକଙ୍କ ସମେତ ଅଭିଭାବକ ଏହି ବିଦ୍ୟାଳୟ ଦେଇ ଯାଇଥିବା ରାସ୍ତାର ଦୁଇ ପାର୍ଶ୍ୱରେ ଡ୍ରେନ ନିର୍ମାଣ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜଣାଇ ଆସୁଥିଲେ ମଧ୍ୟ ସୁଫଳ ମିଳି ନାହିଁ। ଫଳରେ ବର୍ଷା ସମୟରେ ରୋଷେଇ ଗୃହ, ଶ୍ରେଣୀ ବାରଣ୍ଡାରେ ପାଣି ଜମିବା ସହ ଆବର୍ଜନା ପ୍ରବେଶ କରୁଛି। ଏହାକୁ ସଫା କରିବା ନିତିଦିନିଆ ଘଟଣା ପାଲଟୁଛି ବୋଲି ପ୍ରଧାନ ଶିକ୍ଷକ ସୂଚନା ଦେଇଛନ୍ତି। ଏହାଛଡା ମରାମତି ହେବାର ବର୍ଷେ ବିତି ନ ଥିବାବେଳେ ୨ ଶ୍ରେଣୀ ଗୃହ ଛାତରୁ ପାଣି ଝରୁଥିବା ପ୍ରଧାନ ଶିକ୍ଷକ କହିଛନ୍ତି। ବିଭାଗୀୟ କର୍ତ୍ତପକ୍ଷ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ଗୃହ ମରାମତି ସହ ବିଦ୍ୟାଳୟ ପରିସରରେ ଡ୍ରେନ୍‌ ବ୍ୟବସ୍ଥା କରବାକୁ ସାଧାରଣରେ ଦାବି ହେଉଛି l


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri