ମାସରେ ୪ ଥର ବର୍ଷାପାଣି ପ୍ରବାହିତ

ଭବାନୀପାଟଣା,୧୦ା୮(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଣ୍ଡାକୁଟା ନିକଟ ହାଲେର ଜୋର ଆପ୍ରୋଚ୍‌ ପୋଲ ଉପରେ ପୁଣି ଥରେ ପାଣି ଚାଲିଥିବା ଦେଖିବାକୁ ମିଳିଛି। ଗତ ମାସକ ମଧ୍ୟରେ ଏହାକୁ ମିଶାଇ ୪ ଥର ବର୍ଷା ପାଣି ପ୍ରବାହିତ ହୋଇ ସାରିଲାଣି। ପୋଲ ଉପରୁ ପାଣି ବଢୁଥିବା ଦେଖି ପ୍ରଶାସନ ପକ୍ଷରୁ ଲୋକଙ୍କ ସୁରକ୍ଷା ପାଇଁ ମଙ୍ଗଳବାର ୧ଟା.୨୦ରୁ ଉକ୍ତ ରାସ୍ତା ବନ୍ଦ କରାଯାଇଛି। ଏହା ଯୋଗୁ ଜୁନାଗଡ଼-ଧର୍ମଗଡ଼ ଜାତୀୟ ରାଜପଥ ୧୩୦ ସି ମୁଖ୍ୟ ରାସ୍ତାରେ ଏବେ ଯାତାୟାତ ବନ୍ଦ ରହିଛି। ପ୍ରକାଶ ଯେ, ମଙ୍ଗଳବାର ସକାଳୁ ପୋଲ ଉପରୁ ପାଣି କମିବା ପରେ ଏହି ରାସ୍ତାରେ ଯାତାୟାତ ସ୍ବାଭାବିକ ହୋଇଥିଲା। ତେବେ ଅପରାହ୍ନ ୧ଟା ପରେ ପୁଣି ପାଣି ବଢ଼ି ପୋଲ ଉପରେ ଚାଲିଥିଲା। ଯାହା କି ବର୍ତ୍ତମାନ ବି ଚାଲିଛି। ପ୍ରକାଶ ଯେ, ହାଲେର ଜୋର ଉପରେ ନିର୍ମାଣ ହେଉଥିବା ପୋଲ କାମ ଅଧାପନ୍ତରିଆ ହୋଇଛି। ଫଳରେ ସେଠାରେ ନିର୍ମାଣ କରାଯାଉଥିବା ଆପ୍ରୋଚ ପୋଲ ଉପରେ ବର୍ଷା ପାଣି ପ୍ରବାହିତ ହେଉଛି। ଏହି ସମୟରେ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ରହୁଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri