ଫାଟକ ସମ୍ମୁଖରେ ଲହଡ଼ି ମାରୁଛି ବର୍ଷାଜଳ

ରସୁଲପୁର,୭ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ମଧୁପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଫାଟକ ସମ୍ମୁଖରେ ବର୍ଷାଜଳ ଲହଡ଼ି ଭାଙ୍ଗୁଛି। ସାମାନ୍ୟ ବର୍ଷାରେ ବିଦ୍ୟାଳୟ ସମ୍ମୁଖରେ ଯାତାୟାତ ବାଧାପ୍ରାପ୍ତ ହେଉଛି। ବିଶେଷକରି ମାଟ୍ରିକ ପରୀକ୍ଷା ଦେବା ପାଇଁ ଆସୁଥିବା ପରୀକ୍ଷାର୍ଥୀ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଫଳରେ ଏହାକୁ ନେଇ ଅଭିଭାବକଙ୍କ ମହଲରେ ଅସନ୍ତୋଷ ଦେଖାଦେଇଛି। ଉକ୍ତ ସରକାରୀ ବିଦ୍ୟାଳୟଟି ରାଜ୍ୟ ସରକାରଙ୍କ ପକ୍ଷରୁ ୫-ଟି ବିଦ୍ୟାଳୟ ରୂପାନ୍ତର ପରିସରଭୁକ୍ତ ହୋଇଛି। ଏହି ଯୋଜନା ଜରିଆରେ ବିଦ୍ୟାଳୟର ଭିତ୍ତିଭୂମି ବିକାଶ କରାଯିବା ସହ ବିଦ୍ୟାଳୟକୁ ସୌନ୍ଦର୍ଯ୍ୟକରଣ କରାଯାଇଛି। ଏହି ଆଳରେ ବିଦ୍ୟାଳୟରେ ପ୍ରାୟ ୧ କୋଟି ଟଙ୍କା ଶୈଖିକ ପରିବେଶ ଓ ବିଦ୍ୟାଳୟ ସୌନ୍ଦର୍ଯ୍ୟକରଣରେ ବନିଯୋଗ କରାଯାଇଛି। ମାତ୍ର ଉକ୍ତ ଅର୍ଥର ଠିକ୍‌ ବିନିଯୋଗ ହୋଇ ନ ଥିବାରୁ ଏଭଳି ସ୍ଥିତି ଉପୁଜିଛି ବୋଲି ସାଧାରଣରେ ଅଭିଯୋଗ ହେଉଛି। ଏଥିସହ ନିର୍ମାଣ ଦାୟିତ୍ୱରେ ଥିବା ଠିକାଦାର ଓ କାର୍ଯ୍ୟ ତଦାରଖ ଦାୟିତ୍ୱରେ ଥିବା ବ୍ଲକ ଉନ୍ନୟନ ବିଭାଗ ଯନ୍ତ୍ରୀଙ୍କ ଢିଲାପଣ ଯୋଗୁ ଏଭଳି ପରିସ୍ଥିତି ହୋଇଛି ବୋଲି କୁହାଯାଉଛି। ତେବେ ନିର୍ମାଣ ବେଳେ ଏହି ବିଦ୍ୟାଳୟରେ ହେଉଥିବା ଉନ୍ନୟନ କାର୍ଯ୍ୟ ନିମ୍ନମାନର ହେଉଥିଲା ବୋଲି ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ ଉଠାଇଥିଲେ। ମାତ୍ର ତାହାକୁ ବିଦ୍ୟାଳୟ କର୍ତ୍ତୃପକ୍ଷ ଓ ବ୍ଲକ ପ୍ରଶାସନ ପକ୍ଷରୁ ଅଣଦେଖା କରାଯାଇଥିଲା। ଉଭୟ କର୍ତ୍ତୃପକ୍ଷଙ୍କ ମନମୁଖି କାର୍ଯ୍ୟ ଯୋଗୁ ବିଦ୍ୟାଳୟ ଫାଟକ ସମ୍ମୁଖରେ ପାଣି ଜମିବା ଭଳି ସ୍ଥିତି ଉପୁଜିଲା। ଏଠାରେ ଉପୁଜିଥିବା ସ୍ଥିତି ବିଦ୍ୟାଳୟ ପରିସରରେ ହୋଇଥିବା ସମସ୍ତ ଉନ୍ନୟନ ଗୁଣବତ୍ତାର ଦିଗ ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ଏ ସମ୍ପର୍କରେ ବ୍ଲକ ସହକାରୀ ଯନ୍ତ୍ରୀ ସୋନାଲି ଧଳଙ୍କୁ ପଚାରିବାରୁ ସେ କହିଛନ୍ତି, ଉକ୍ତ ବ୍ଲକରେ ସେ ଯୋଗଦେବା ପୂର୍ବରୁ ଏହି ବିଦ୍ୟାଳୟ କାର୍ଯ୍ୟ ହୋଇସାରିଥିଲା। ତେବେ କାମରେ କେଉଁଠି କ’ଣ ତ୍ରୁଟି ହୋଇଛି ତା’ର ସ୍ଥିତି ପରଖିବା ସହ ସେଥିରେ ସୁଧାର ଆଣିବା ପାଇଁ କନିଷ୍ଠ ଯନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri