ଜାରକା ବସଷ୍ଟାଣ୍ଡରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ଧର୍ମଶାଳା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ବସ୍‌ଷ୍ଟାଣ୍ଡରେ ବର୍ଷା ପ୍ରଭାବରେ ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି। ଅନେକ ସ୍ଥାନରେ ଜମା ହୋଇ ରହିଛି ବର୍ଷା ପାଣି। ଯାହା ଫଳରେ ସ୍ଥାନୀୟ ଲୋକେ ଓ ଯାତ୍ରୀମାନେ ନାନା ପ୍ରକାର ସମସ୍ୟାର ସମ୍ମୁଖୀନ ହେଉଥିବା କହିଛନ୍ତି। ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜାରକା ଅଞ୍ଚଳ ଜିଲାର ପ୍ରମୁଖ ଅଞ୍ଚଳରେ ଗଣତି ହୋଇଥିବା ବେଳେ କିଛି ଦିନ ତଳେ ଏନ୍‌ଏ୍‌ସିର ମାନ୍ୟତା ମଧ୍ୟ ପାଇଛି। ବ୍ୟବସାୟ, ଶିକ୍ଷା, ସାସ୍ଥ୍ୟ ଓ ଶିଳ୍ପ କ୍ଷେତ୍ରରେ ଏହା ବହୁ ପାଦ ଆଗକୁ ବଢ଼ିଥିବା ବେଳେ ଜାରକାରେ ସଠିକ ଭାବେ କାମ କରୁନି ଡ୍ରେନେଜ ବ୍ୟବସ୍ଥା। ଯାହାର ଚିତ୍ର ବର୍ଷା ହେଲେ ପଦାକୁ ଆସି ଥାଏ। କିନ୍ତୁ ପ୍ରଶାସନ ଅଧିକାରୀ ଙ୍କ ଉପରେ ପଡ଼େନାହିଁ କୌଣସି ପ୍ରଭାବ। ଦୁଇ ଦିନ ହେବ ଏହି ଅଞ୍ଚଳରେ ବର୍ଷା ହେଉଥିବା ବେଳେ
ବର୍ଷା ହୋଇ ଛାଡ଼ିଯିବା ପରେ ବି ଜାରକାର ବିଭିନ୍ନ ସ୍ଥାନର ରାସ୍ତାରୁ ଯାଉନି ବର୍ଷା ପାଣି। କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ଜାରକା ଅଞ୍ଚଳର ଗଳିକନ୍ଦିରେ ଡ୍ରେନ୍‌ର ବ୍ୟବସ୍ଥା କରାଯାଇଛି କିନ୍ତୁ କାମରେ ଆସୁ ନ ଥିବା ଆଜିର ଚିତ୍ର ପ୍ରମାଣ କରିଛି। ଯାହା ଫଳରେ ବସ୍‌ଷ୍ଟାଣ୍ଡରେ ଜମା ହୋଇ ରହିଛି ବର୍ଷାପାଣି। ଏହାର ପାର୍ଶ୍ୱରେ ଡ୍ରେନ୍‌ ଥିଲେ ବି ଏହାକୁ ସଫା କରା ନ ଯିବା ଫଳରେ ଜାମ୍‌ ହୋଇ ପଡ଼ିରହିଛି ଡ୍ରେନ୍‌। କେବଳ ଜାରକା ବସ୍‌ଷ୍ଟାଣ୍ଡ ନୁହେଁ ବରଂ ଜାରକାର ବିଭିନ୍ନ ସ୍ଥାନରେ ଏହି ଭଳି ଚିତ୍ର ଦେଖିବାକୁ ମିଳୁଛି। ଅନେକ ସ୍ଥାନରେ ମଧ୍ୟ ବିପଦପୂର୍ଣ୍ଣ ଭାବେ ଡ୍ରେନ୍‌ଗୁଡ଼ିକ ମୁକୁଳା ହୋଇ ପଡ଼ିରହିଛି। ତେଣୁ ଆଗକୁ ବର୍ଷା ଋତୁ ଆସୁ ଥିବାରୁ ପ୍ରଶାସନ ପକ୍ଷରୁ ତୁରନ୍ତ ଏହାକୁ ସଫା କରାଯିବା ସହ ସଠିକ୍‌ ବ୍ୟବସ୍ଥା କରାଯିବା ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri