ଜାରକା ବସଷ୍ଟାଣ୍ଡରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ଧର୍ମଶାଳା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ବସ୍‌ଷ୍ଟାଣ୍ଡରେ ବର୍ଷା ପ୍ରଭାବରେ ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି। ଅନେକ ସ୍ଥାନରେ ଜମା ହୋଇ ରହିଛି ବର୍ଷା ପାଣି। ଯାହା ଫଳରେ ସ୍ଥାନୀୟ ଲୋକେ ଓ ଯାତ୍ରୀମାନେ ନାନା ପ୍ରକାର ସମସ୍ୟାର ସମ୍ମୁଖୀନ ହେଉଥିବା କହିଛନ୍ତି। ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜାରକା ଅଞ୍ଚଳ ଜିଲାର ପ୍ରମୁଖ ଅଞ୍ଚଳରେ ଗଣତି ହୋଇଥିବା ବେଳେ କିଛି ଦିନ ତଳେ ଏନ୍‌ଏ୍‌ସିର ମାନ୍ୟତା ମଧ୍ୟ ପାଇଛି। ବ୍ୟବସାୟ, ଶିକ୍ଷା, ସାସ୍ଥ୍ୟ ଓ ଶିଳ୍ପ କ୍ଷେତ୍ରରେ ଏହା ବହୁ ପାଦ ଆଗକୁ ବଢ଼ିଥିବା ବେଳେ ଜାରକାରେ ସଠିକ ଭାବେ କାମ କରୁନି ଡ୍ରେନେଜ ବ୍ୟବସ୍ଥା। ଯାହାର ଚିତ୍ର ବର୍ଷା ହେଲେ ପଦାକୁ ଆସି ଥାଏ। କିନ୍ତୁ ପ୍ରଶାସନ ଅଧିକାରୀ ଙ୍କ ଉପରେ ପଡ଼େନାହିଁ କୌଣସି ପ୍ରଭାବ। ଦୁଇ ଦିନ ହେବ ଏହି ଅଞ୍ଚଳରେ ବର୍ଷା ହେଉଥିବା ବେଳେ
ବର୍ଷା ହୋଇ ଛାଡ଼ିଯିବା ପରେ ବି ଜାରକାର ବିଭିନ୍ନ ସ୍ଥାନର ରାସ୍ତାରୁ ଯାଉନି ବର୍ଷା ପାଣି। କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ଜାରକା ଅଞ୍ଚଳର ଗଳିକନ୍ଦିରେ ଡ୍ରେନ୍‌ର ବ୍ୟବସ୍ଥା କରାଯାଇଛି କିନ୍ତୁ କାମରେ ଆସୁ ନ ଥିବା ଆଜିର ଚିତ୍ର ପ୍ରମାଣ କରିଛି। ଯାହା ଫଳରେ ବସ୍‌ଷ୍ଟାଣ୍ଡରେ ଜମା ହୋଇ ରହିଛି ବର୍ଷାପାଣି। ଏହାର ପାର୍ଶ୍ୱରେ ଡ୍ରେନ୍‌ ଥିଲେ ବି ଏହାକୁ ସଫା କରା ନ ଯିବା ଫଳରେ ଜାମ୍‌ ହୋଇ ପଡ଼ିରହିଛି ଡ୍ରେନ୍‌। କେବଳ ଜାରକା ବସ୍‌ଷ୍ଟାଣ୍ଡ ନୁହେଁ ବରଂ ଜାରକାର ବିଭିନ୍ନ ସ୍ଥାନରେ ଏହି ଭଳି ଚିତ୍ର ଦେଖିବାକୁ ମିଳୁଛି। ଅନେକ ସ୍ଥାନରେ ମଧ୍ୟ ବିପଦପୂର୍ଣ୍ଣ ଭାବେ ଡ୍ରେନ୍‌ଗୁଡ଼ିକ ମୁକୁଳା ହୋଇ ପଡ଼ିରହିଛି। ତେଣୁ ଆଗକୁ ବର୍ଷା ଋତୁ ଆସୁ ଥିବାରୁ ପ୍ରଶାସନ ପକ୍ଷରୁ ତୁରନ୍ତ ଏହାକୁ ସଫା କରାଯିବା ସହ ସଠିକ୍‌ ବ୍ୟବସ୍ଥା କରାଯିବା ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri